Masthead

ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ): ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରଥଯାତ୍ରା ୨ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବାରୁ ଛୁଟି ଘୋଷଣା । ପୁରୀରେ ସମୀକ୍ଷା ବୈଠକରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସେପଟେ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସହଯୋଗ କାମନା କରିଛନ୍ତି । ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ସ୍ବତନ୍ତ୍ର ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ପୁରୀ ଟାଉନ୍ ହଲରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରଥଯାତ୍ରାକୁ ନେଇ ସ୍ବତନ୍ତ୍ର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା