Masthead

ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ମାଡି ଆସୁଛି ବାତ୍ୟା ‘ଗୁଲାବ’ । ବାତ୍ୟା ଗୁଲାବର ମୁକାବିଲା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ସମୀକ୍ଷାରେ ଜିଲ୍ଲାପାଳ ଓ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିଥିଲେ । ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ କୋଭିଡ ନିୟମ ପାଳନରେ ପ୍ରଶାସନକୁ ସହଯୋଗ କରିବାକୁ ସର୍ବସାଧାରଣଙ୍କୁ ନିବେଦନ କରିଛନ୍ତି ।

ତେବେ ଆଜି ଅପରାହ୍ନ ସୁଦ୍ଧା ଗୁଲାବ ପ୍ରଭାବିତ ଜିଲ୍ଲାମାନଙ୍କରୁ ଲୋକମାନେ ଓ ଗୃହପାଳିତ ପଶୁମାନଙ୍କୁ ସ୍ଥାନାନ୍ତର କରାଯିବା ସହିତ ଭୂସ୍ଖଳନ ସମ୍ଭାବନା ଥିବା ଅଞ୍ଚଳମାନଙ୍କରେ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନୁର୍ଦ୍ଦେଶ ଦେଇଛନ୍ତି । ଏପଟେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ବାତ୍ୟା ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହ ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କରେ ୪୨ ଓଡ୍ରାଫ ଟିମ,୨୪ NDRF , ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଥିବା ନେଇ ସୂଚନା ଦେଇଛନ୍ତି । ସମସ୍ତ ତଳିଆ ଅଞ୍ଚଳର ଲୋକମାନଙ୍କୁ ଅଧିକରୁ ଅଧିକ ସଜାଗ ରହିବା ପାଇଁ ସର୍ତକ କରାଯାଇଛି ।

ଆଜି ଅପରାହ୍ନ ୪ଟା ସୁଦ୍ଧା ସ୍ଥାନାନ୍ତର କାର୍ଯ୍ୟ ଶେଷ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଏସଆରସି ଅବଗତ କରାଇଥିଲେ । ଅପରପକ୍ଷେ ବାତ୍ୟା ଗୁଲାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଛନ୍ତି । କାଲି ଯାଏଁ ବାତ୍ୟା ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ସ୍କୁଲ ଛୁଟି ପାଇଁ ଘୋଷଣା କରାଯାଇଛି । ପରେ ସ୍ଥିତି ଦେଖି ମଙ୍ଗଳବାର ସ୍କୁଲ ଛୁଟି ରଖାଯିବ ନା ଖୋଲାଯିବ ସେ ନେଇ ଜିଲ୍ଲାପାଳ ସୂଚନା ଦେବେ । ବର୍ଷା ହେଉଥିଲେ ପିଲାମାନେ ଘରୁ ବାହାରିବା ଉଚିତ ନୁହେଁ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି । ଆଜି ୧୧.୩୦ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ବାତ୍ୟା ମୁକାବିଲାର ସମୀକ୍ଷା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ