Masthead

୭ ମୁଖ୍ୟମନ୍ତ୍ରୀଙ୍କ ବାପା ମଧ୍ୟ ଥିଲେ ମୁଖ୍ୟମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ): ଭାରତୀୟ ରାଜନୀତିରେ ବହୁ ବିଚିତ୍ର କଥା ଶୁଣିବାକୁ ମିଳେ । ସବୁ ରାଜନୌତିକ ଦଳ ବଂଶାନୁକ୍ରମିକ ରାଜନୀତିକୁ ବିରୋଧ କରୁଥିଲେ ମଧ୍ୟ ବାସ୍ତବରେ କାର୍ଯ୍ୟକାରୀ ହୋଇପାରୁନାହିଁ । ବର୍ତ୍ତମାନ ଦେଶର ବିଭିନ୍ନ ରାଜ୍ୟରେ ଥିବା ୭ ମୁଖ୍ୟମନ୍ତ୍ରୀଙ୍କର ବାପାମାନେ ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ । ପ୍ରଥମେ ଓଡ଼ିଶା ପ୍ରସଙ୍ଗକୁ ଯିବା ।

ବିଜୟା ନନ୍ଦ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ତାଙ୍କ ମୃତ୍ୟୁପରେ ପୁଅ ନୀବନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ବାପା ୱାଇ.ଏସ. ରାଜଶେଖର ରେଡ୍ଡୀ ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ । ଅରୁଣାଚଳପ୍ରଦେଶର ର୍ଦୋଜୀ ଖାଣ୍ଡୁ ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ପୁଅ ପେମା ଖାଣ୍ଡୁ ମୁଖ୍ୟମନ୍ତ୍ରୀ ଅଛନ୍ତି । ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବାପା ଶିବୁ ସୋରେନ ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ । ମେଘାଳୟ ମୁଖ୍ୟମନ୍ତ୍ରୀ କର୍ଣ୍ଣାଡ ସାଙ୍ଗମାଙ୍କ ବାପା ପିଏ ସାଙ୍ଗମା ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ । ସେହିଭଳି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ବାପା ଏମ କରୁଣା ନିଧି ମଧ୍ୟ ଥିଲେ ମୁଖ୍ୟମନ୍ତ୍ରୀ । କର୍ଣ୍ଣାଟକର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇଙ୍କ ବାପା ଏସ୍.ଆର. ବୋମ୍ମାଇ ।

ଜାମ୍ମୁ କାଶ୍ମୀରରେ ମୁଫତି ମହମଦ ସହିଦ ମୁଖ୍ୟମନ୍ତ୍ରୀ ଥିବା ବେଳେ ତାଙ୍କ ଝିଅ ମେହେବୁବା ମୁଫତି ମଧ୍ୟ ଥିଲେ ମୁଖ୍ୟମନ୍ତ୍ରୀ । ବିହାରର ଲାଲୁପ୍ରସାଦ ଯାଦବ ଓ ରାବ୍ରିଦେବୀ ମଧ୍ୟ ଥିଲେ ମୁଖ୍ୟମନ୍ତ୍ରୀ । ତାମିଲନାଡୁରେ ଏମଜିଆର ଓ ତାଙ୍କ ଝିଅ ଜାନକୀ ରାମଚନ୍ଦ୍ରନ ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ