ଶୀତ ଲହରି ଜାରି ରହିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ଦୁଇ ସପ୍ତାହ ଯାଏ ସ୍ୱଭାବିକଠାରୁ ଅଧିକ ଶୀତ ରହିବ । ଶୀତ ଲହରି ଜାରି ରହିବ । ଆଜିଠୁ ଫେବ୍ରୁଆରୀ ୫ ତାରିଖ ଯାଏ ସର୍ବନିମ୍ନ ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ । ଉପକୂଳ ଓ ଏହାର ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ୧୪ରୁ ୧୮ ଡିଗ୍ରୀ ରହିବ । ସେହିପରି ଆସନ୍ତା ଫେବ୍ରୁଆରୀ ୬ରୁ ୧୨ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ୬ରୁ ୧୦ ଡିଗ୍ରୀ ରହିବ । ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ ।

ଉତ୍ତର ଉପକୂଳ ଅଞ୍ଚଳରେ ୧୪ରୁ ୧୬ ଡିଗ୍ରୀ ତାପମାତ୍ରା ରହିବ । ସାଧାରଣଠୁ କମ୍ ତାପମାତ୍ରା ରହିବ । ଏପରି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ସପ୍ତାହ ଯାଏ ପୂର୍ବ ଭାରତ ଅଞ୍ଚଳରେ ସ୍ୱାଭାବିକଠୁ ୨ରୁ ୪ ଡିଗ୍ରୀ କମ୍ ତାପମାତ୍ରା ରହିବ । ଏହି କ୍ରମରେ ଓଡ଼ିଶାରେ ମଧ୍ୟ ସର୍ବନିମ୍ନ ତାପମାତ୍ରା କମ ରହିବ । ଶୁକ୍ରବାର ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁର୍ନୀତି ବିରୋଧରେ କଠୋର ହେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏସିଏସ 🔴 ୪୬ ଦିନ ପରେ ଖୋଲିଲା କଳିଙ୍ଗା ଘାଟି 🔴 ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ 🔴 ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ ଆଶଙ୍କା 🔴 ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓଙ୍କ ଘରେ EOW ରେଡ୍ 🔴 ମାଲକାନଗିରିରେ ମହାବଳ ବାଘ 🔴 ଆସିକାବାସୀଙ୍କ ଦୁର୍ଦ୍ଦଶାକୁ ଦ୍ୱିଗୁଣିତ କରିଛି ବନ୍ୟା 🔴 ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା 🔴 ଖୋଲିଲା ବାଲିମେଳା ଗେଟ୍ 🔴 କୋର୍ଟରେ ବିଦ୍ୟାଭାରତୀଙ୍କ ଆତ୍ମସମର୍ପଣ 🔴 ଦୁର୍ନୀତି ବିରୋଧରେ କଠୋର ହେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏସିଏସ 🔴 ୪୬ ଦିନ ପରେ ଖୋଲିଲା କଳିଙ୍ଗା ଘାଟି 🔴 ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ 🔴 ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ ଆଶଙ୍କା 🔴 ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓଙ୍କ ଘରେ EOW ରେଡ୍ 🔴 ମାଲକାନଗିରିରେ ମହାବଳ ବାଘ 🔴 ଆସିକାବାସୀଙ୍କ ଦୁର୍ଦ୍ଦଶାକୁ ଦ୍ୱିଗୁଣିତ କରିଛି ବନ୍ୟା 🔴 ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା 🔴 ଖୋଲିଲା ବାଲିମେଳା ଗେଟ୍ 🔴 କୋର୍ଟରେ ବିଦ୍ୟାଭାରତୀଙ୍କ ଆତ୍ମସମର୍ପଣ