Masthead

ଆଜିଠୁ କମିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୀତରେ ଥରୁଥିବା ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତି। ଆଜିଠାରୁ ରାଜ୍ୟରେ ଶୀତ କମିବା ଆରମ୍ଭ କରିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର‌୍ୟ୍ୟନ୍ତ ବଢ଼ିପାରେ । ଫଳରେ ଥଣ୍ଡାର ପ୍ରକୋପ କମିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତକାଲି ରାଜ୍ୟର ସର୍ବନିମ୍ନ ତାପାମାତ୍ରା ଘୁ.ଉଦୟଗିରି ଠାରେ ୨.୫ ଡିଗ୍ରୀ ରହିଥିଲା । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବଢ଼ିଯିବ । ଏଥିପାଇଁ ପାରଦ ଉପରମୁହାଁ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରବିବାର ରାତିରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୦-୧୧ ଡିଗ୍ରୀରୁ ଉପରେ ରହିପାରେ ।

ପୁରୀ, ଗୋପାଳପୁର, ଭଦ୍ରକରେ ୧୩ରୁ ୧୪ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୋମବାରଠାରୁ ବୁଧବାର(୨୧ ତାରଖ ଯାଏ) ପୂରା ଓଡ଼ିଶାରେ ପାରଦ ଉପରମୁହାଁ ହେବ । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଜି. ଉଦୟଗିରିରେ ସବୁଠୁ ଥଣ୍ଡା ସ୍ଥାନ ପାଲଟିଥିଲା । ଲୋକେ ପ୍ରଚଣ୍ଡ ଶୀତରେ ଥରିଥିଲେ । ଏଠାରେ ରାତି ତାପମାତ୍ରା ୨.୫ ଡିଗ୍ରୀ ଥିଲା । ଫୁଲବାଣୀରେ ୫.୫, ରାଉରକେଲାରେ ୬.୬, ଝାରସୁଗୁଡ଼ାରେ ୬.୭, କିରେଇ ଓ ବଲାଙ୍ଗୀରରେ ୮.୨, ଅନୁଗୁଳରେ ୮.୬ ଡିଗ୍ରୀ ରେକର୍ଡ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ