ଆଜିଠୁ କମିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୀତରେ ଥରୁଥିବା ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତି। ଆଜିଠାରୁ ରାଜ୍ୟରେ ଶୀତ କମିବା ଆରମ୍ଭ କରିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର‌୍ୟ୍ୟନ୍ତ ବଢ଼ିପାରେ । ଫଳରେ ଥଣ୍ଡାର ପ୍ରକୋପ କମିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତକାଲି ରାଜ୍ୟର ସର୍ବନିମ୍ନ ତାପାମାତ୍ରା ଘୁ.ଉଦୟଗିରି ଠାରେ ୨.୫ ଡିଗ୍ରୀ ରହିଥିଲା । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବଢ଼ିଯିବ । ଏଥିପାଇଁ ପାରଦ ଉପରମୁହାଁ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରବିବାର ରାତିରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୦-୧୧ ଡିଗ୍ରୀରୁ ଉପରେ ରହିପାରେ ।

ପୁରୀ, ଗୋପାଳପୁର, ଭଦ୍ରକରେ ୧୩ରୁ ୧୪ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୋମବାରଠାରୁ ବୁଧବାର(୨୧ ତାରଖ ଯାଏ) ପୂରା ଓଡ଼ିଶାରେ ପାରଦ ଉପରମୁହାଁ ହେବ । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଜି. ଉଦୟଗିରିରେ ସବୁଠୁ ଥଣ୍ଡା ସ୍ଥାନ ପାଲଟିଥିଲା । ଲୋକେ ପ୍ରଚଣ୍ଡ ଶୀତରେ ଥରିଥିଲେ । ଏଠାରେ ରାତି ତାପମାତ୍ରା ୨.୫ ଡିଗ୍ରୀ ଥିଲା । ଫୁଲବାଣୀରେ ୫.୫, ରାଉରକେଲାରେ ୬.୬, ଝାରସୁଗୁଡ଼ାରେ ୬.୭, କିରେଇ ଓ ବଲାଙ୍ଗୀରରେ ୮.୨, ଅନୁଗୁଳରେ ୮.୬ ଡିଗ୍ରୀ ରେକର୍ଡ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ