Masthead

ଜନଶୁଣାଣି ଶିବିରରେ ଅଭିଯୋଗ କରିନପାରି ଚିରିଦେଲେ ଅଭିଯୋଗ ପତ୍ର

ବସ୍ତା (ବଡ଼ ଖବର ବ୍ୟୁରୋ): ଜନଶୁଣାଣି ଶିବିରରେ ଅଭିଯୋଗ କରି ପାରିଲେନି ଅଭିଯୋଗକାରୀ । ବିଡିଓଙ୍କ କାର୍ଯ୍ୟାଳୟ ସାମ୍ନାରେ ଚିରି ଫୋଫାଡିଲେ ଅଭିଯୋଗ ପତ୍ର । ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକରେ ଏଭଳି ଚିତ୍ର ଦେଖିବାକୁ ମିଳିଛି । ବସ୍ତା ବ୍ଲକରେ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅନୁପସ୍ଥିତ ଥିଲେ । ଅନେକ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କୁ ନପାଇ ନିରାଶ ହୋଇ ଫେରିଥିଲେ । ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳଙ୍କ ପରିବର୍ତ୍ତେ ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକ ଏବଂ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ପ୍ରଧାନ ଯୋଗଦେଇ ଥିଲେ ।

ଜନ ଶୁଣାଣୀ ଶିବିର ଦିନ ୧୦ ଟାରୁ ଆରମ୍ଭ ହୋଇ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ଦିନ ୧ଟାରେ କାର୍ଯ୍ୟକ୍ରମ ସରିଥିଲା ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଚାଲିଯାଇଥିଲେ । ଯାହା ଫଳରେ ଅଭିଯୋଗ କରିବାକୁ ଆସିଥିବା କିଛି ଅଭିଯୋଗକାରୀ ନିରାଶ ହୋଇ ଫେରିଥିଲେ । ତେବେ ବସ୍ତା ବ୍ଲକ ଗୁହାଳିପଦା ଗ୍ରାମର ଭଜହରି ପରିଡା ଦିନ ୧.୩୦ ରେ ଅଭିଯୋଗ ପତ୍ର ନେଇ ପହଞ୍ଚିଥିବା ବେଳେ ଶିବିର ବନ୍ଦ ହୋଇଥିବା ଦେଖିବାକୁ ପାଇଥିଲେ । ଯାହା ଫଳରେ ନିରାଶ ହୋଇ ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଭିଯୋଗ ପତ୍ରକୁ ଚିରି ଫୋପାଡି ଦେଇଥିଲ । ସେପଟେ ଏ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ଅତିରିକ୍ତ ଜିଲ୍ଲାପାଳ । କେହି ନଆସିବାରୁ ଶିବିର ବନ୍ଦ କରିଦେଇଥିବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ