Masthead

ତେଲ ଦରବୃଦ୍ଧି ପ୍ରତିବାଦରେ ୧୫ ଦିନିଆ ଆନ୍ଦୋଳନ ଡାକରା ଦେଲା କଂଗ୍ରେସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଅସମ୍ଭାଳ ହେଉଛି ତେଲ ଦର । ଆଜି ଲଗାତାର ପଞ୍ଚମ ଦିନ ପାଇଁ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟିଛି। ଏହାର ପ୍ରତିବାଦରେ ଜାତୀୟ କଂଗ୍ରେସ ୧୫ ଦିନିଆ ଆନ୍ଦୋଳନର ଡାକରା ଦେଇଛି। ଆସନ୍ତାମାସ ୧୪ ତାରିଖରୁ ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ହେବ। ଏନେଇ ସୂଚନା ଦେଇଛନ୍ତି କଂଗ୍ରେସର ସାଧାରଣ ସଂପାଦକ କେ ସି ବେଣୁଗୋପାଳ। ସେ କହିଛନ୍ତି, ଏହି ୧୫ ଦିନିଆ ଆନ୍ଦୋଳନରେ ଗୋଟିଏ ସପ୍ତାହ ପାଇଁ ପଦଯାତ୍ରା ହେବ।

ଦେଶବ୍ୟାପୀ କଂଗ୍ରେସ କମିଟି ଗୁଡ଼ିକ ସେମାନଙ୍କ ଅଞ୍ଚଳରେ ପଦଯାତ୍ରା କରିବେ। ଅନ୍ୟପକ୍ଷରେ କଂଗ୍ରେସ ସାଧାରଣ ସଂପାଦିକା ପ୍ରିୟଙ୍କା ଗାନ୍ଧିଙ୍କ ସମେତ ଅନ୍ୟ ନେତାମାନେ ତେଲ ଦରବୃଦ୍ଧି ପାଇଁ ଆଜି ମୋଦୀ ସରକାରଙ୍କୁ ସମାଲୋଚନା କରିଛନ୍ତି। ଟ୍ବିଟ୍ କରି ‌‌ପ୍ରିୟଙ୍କା କହିଛନ୍ତି, ମୋଦୀ ସରକାର ଜନସାଧାରଣଙ୍କୁ ଅସୁବିଧାରେ ପକାଇବାରେ ବଡ଼ ରେକର୍ଡ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ