Masthead

ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପଜିଟିଭ ସଂଖ୍ୟା ଏବେ ୫୦୦ ମୁହାଁ ହୋଇଥିବା ବେଳେ ଏହାକୁ ଆୟତ୍ତ କରିବାକୁ ପୁଣି ଥରେ ଆରମ୍ଭ ହେଲା କଣ୍ଟେନମେଣ୍ଟ ଜୋନ୍ । ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ବୃନ୍ଦାବାହାଲ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

୬ ଆକ୍ରାନ୍ତ ଚିହ୍ନଟ ପରେ ସରପଞ୍ଚ ହେମାଙ୍ଗିନୀ ରାଉତ ଏଭଳି ନିଷ୍ପତ୍ତି ନେଇଛନ୍ତି । ଲିମସେର ଗାଁରେ କରୋନାରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ୨ ତାରିଖରେ ବୃନ୍ଦାବାହାଳ ପଞ୍ଚାୟତ ଲିମସେରରେ ଜଣେ କରୋନା ସଂକ୍ରମିତଙ୍କରେ ମୃତ୍ୟୁ ଘଟିଥିଲା । ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ଜନସାଧାରଣଙ୍କ ସମାଗମ ଦୃଷ୍ଟିରୁ ଲିମସେରରେ ଥିବା ସମସ୍ତ ଦୋକାନ, ବଜାର, ଯାନବାହାନ ଚଳାଚଳ, ଧାର୍ମିକ ଅନୁଷ୍ଠାନ, ସରକାରୀ ଓ ବେସରକାରୀ ଅଫିସ ୨ ତାରିଖ ଠାରୁ ୮ ତାରିଖ ମଧ୍ୟରାତି ପର୍ୟ୍ୟନ୍ତ ସର୍ଟ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏହାସହ ସମସ୍ତ ଅନୁଷ୍ଠାନ ବନ୍ଦ କରି ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖି ସମସ୍ତ ଜନସାଧାରଣ ସହଯୋଗ କରିବାକୁ ଅନୁରୋଧ କରାଯାଇଛି । ନିୟମ ନମାନିଲେ ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ