Masthead

ନିଜ ଅଫିସରେ ଦିଆଯିବ କରୋନା ଟିକା

ଭୁବନେଶ୍ୱର(ବଡ଼ ଖବର): ଏଣିକି ଅଫିସରେ ଦିଆଯିବ କେରୋନା ଟିକା । କରୋନା ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍‌ ଭ୍ୟାକ୍ସିନ୍‌ ଦିଆଯିବ । ଏଥିଲାଗି ବିଭିନ୍ନ ଅଫିସରେ ଟିକା ରୁମ୍‌ କରାଯିବ । ପ୍ରଥମ ପର୍ଯ୍ୟାୟରେ ଗୃହ ଓ ଉନ୍ନୟନ, ରାଜସ୍ୱ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ଟିକା ଦିଆଯିବ । ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୯୨ହଜାର ଯୋଦ୍ଧାଙ୍କ ତାଲିକା ପ୍ରସ୍ତୁତ ହୋଇସାଇଛି । ଏହି ଟିକାକରଣ କାର୍ଯ୍ୟ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ । ୩ ସପ୍ତାହ ମଧ୍ୟରେ ଆଗଧାଡିର ଯୋଦ୍ଧାମାନଙ୍କ ଟିକାକରଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଅନ୍ୟପଟେ ବୁଧବାର ଓଡିଶାକୁ ୬୩ହଜାର ୯୦ ଡୋଜ କୋଭିସିଲ୍ଡ ଓ ୮୩ହଜାର ୫୦୦ କୋଭିକ୍ସିନ ଟିକା ଆସିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୮ ହଜାର ୨୦୫ ଜଣଙ୍କୁ ଟିକା ଦିଆଯାଇଛି । ପ୍ରଥମ ପର୍ଯ୍ୟାୟ ଟିକାକରଣ ୧୦ତାରିଖ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହାପରେ ଫେବୃଆରୀ ୧୫ତାରିଖରୁ ପ୍ରଥମ ଫେଜର ସେକଣ୍ଡର ଡୋଜ୍‌ ଦିଆଯିବ । ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି