Masthead

ନିଜ ଅଫିସରେ ଦିଆଯିବ କରୋନା ଟିକା

ଭୁବନେଶ୍ୱର(ବଡ଼ ଖବର): ଏଣିକି ଅଫିସରେ ଦିଆଯିବ କେରୋନା ଟିକା । କରୋନା ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍‌ ଭ୍ୟାକ୍ସିନ୍‌ ଦିଆଯିବ । ଏଥିଲାଗି ବିଭିନ୍ନ ଅଫିସରେ ଟିକା ରୁମ୍‌ କରାଯିବ । ପ୍ରଥମ ପର୍ଯ୍ୟାୟରେ ଗୃହ ଓ ଉନ୍ନୟନ, ରାଜସ୍ୱ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ଟିକା ଦିଆଯିବ । ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୯୨ହଜାର ଯୋଦ୍ଧାଙ୍କ ତାଲିକା ପ୍ରସ୍ତୁତ ହୋଇସାଇଛି । ଏହି ଟିକାକରଣ କାର୍ଯ୍ୟ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ । ୩ ସପ୍ତାହ ମଧ୍ୟରେ ଆଗଧାଡିର ଯୋଦ୍ଧାମାନଙ୍କ ଟିକାକରଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଅନ୍ୟପଟେ ବୁଧବାର ଓଡିଶାକୁ ୬୩ହଜାର ୯୦ ଡୋଜ କୋଭିସିଲ୍ଡ ଓ ୮୩ହଜାର ୫୦୦ କୋଭିକ୍ସିନ ଟିକା ଆସିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୮ ହଜାର ୨୦୫ ଜଣଙ୍କୁ ଟିକା ଦିଆଯାଇଛି । ପ୍ରଥମ ପର୍ଯ୍ୟାୟ ଟିକାକରଣ ୧୦ତାରିଖ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହାପରେ ଫେବୃଆରୀ ୧୫ତାରିଖରୁ ପ୍ରଥମ ଫେଜର ସେକଣ୍ଡର ଡୋଜ୍‌ ଦିଆଯିବ । ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ