Masthead

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ କରୋନା ଟିକା

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ କୋଭିଡ-୧୯ ଟିକା । ଲୋକନାଥ ରୋଡ ସ୍ଥିତ ପ୍ରତିହାରୀ ନିଯୋଗର ବୈଠକ ଗୃହରେ ସେବାୟତମାନଙ୍କୁ ଦିଆଯିବ ଟିକା। ଜିଲ୍ଲାପାଳଙ୍କ ଉପସ୍ଥିତିରେ ସମସ୍ତ ସେବାୟତମାନଙ୍କୁ ଟିକା ଦିଆଯିବ । ଟିକାକରଣ କାଯ୍ୟକ୍ରମ ଦିନ ୧୦ଟାରୁ ଅପରାହ୍ନ ୫ଟା ପଯ୍ୟନ୍ତ ଚାଲିବ । ତେବେ ୬୦ ବର୍ଷରୁ ଅଧିକ ବୟସ୍କ ସେବାୟତଙ୍କୁ ଦିଆଯିବ କରୋନା ଟିକା ।

ଯେଉଁ ସେବାୟତମାନଙ୍କର ଡାଇବେଟିସ, ଉଚ୍ଚ ରକ୍ତଚାପ, କ୍ୟାନସର ଥିବ ସେମାନେ ମଧ୍ୟ ରୋଗ ସମ୍ବନ୍ଧରେ ଜଣାଇ ଟିକା ନେଇପାରିବେ । ଦୈନିକ ୧୦୦ ଜଣ ସେବାୟତଙ୍କୁ ଟିକା ପ୍ରଦାନ କରାଯିବା ନେଇ ହୋଇଛି ବ୍ୟବସ୍ଥା । ଶ୍ରାମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା । କେବଳ ପୁରୁଷ ସେବାୟତଙ୍କୁ ଏହି ସୁବିଧା ଉପଲବ୍ଧ କରାଯିବ। ରାଜ୍ୟରେ ଖରା ବଢୁଥିବାରୁ ଟିକାଦାନ କେନ୍ଦ୍ର ବୃଦ୍ଧି କରାଯାଇଛି। ଏବେ ରାଜ୍ୟର ୭୦୦ଟି କେନ୍ଦ୍ରରେ ଟିକାଦାନ କରାଯାଉଛି।

ସ୍ୱାସ୍ଥ୍ୟ କର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ଟିକାଦାନ ଟାର୍ଗେଟ୍‌ ପାଖାପାଖି ପହଞ୍ଚି ଯାଇଛି।  ଏଣିକି ରବିବାର ଓ ଛୁଟି ଦିନ ବ୍ୟତୀତ ସବୁଦିନ ଟିକା ଦିଆଯିବ ବୋଲି କରୋନା ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା