Masthead

୧୪ ଘଣ୍ଟା ଧରି ପଡ଼ିରହିଲା ଶବ

ବରଗଡ (ବଡ ଖବର ବ୍ୟୁରୋ): ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ସନ୍ଦିବହାଲ ଗ୍ରାମପଞ୍ଚାୟତ ଅଧିନରେ ଥିବା ଜାମୁଟ ବାହାଲ ଗ୍ରାମର ବିନୋଦ ଠାକୁର ନାମକ ଜଣେ ବ୍ୟକ୍ତି ତାମିଲନାଡୁରୁ ପାଞ୍ଚ ଦିନ ପୂର୍ବରୁ ଗ୍ରାମକୁ ଫେରି ଥିଲା । ତାଙ୍କ ଦେହରେ ଜର ରହିଥିଲା ଏବଂ ଗତକାଲି ଦେହ ଅତ୍ୟନ୍ତ ଅସୁସ୍ଥ ହୋଇଥିବାରୁ ଆମ୍ବୁଲାନ୍ସକୁ ଗ୍ରାମର ଜଣେ ବ୍ୟକ୍ତି ଡାକିଥିଲେ, ହେଲେ କୌଣସି କାରଣରୁ ଆମ୍ବୁଲାନ୍ସ କର୍ମଚାରୀ ତାଙ୍କୁ ହସ୍ପିଟାଲ୍ ନେବା ବଦଳରେ ଗୁରୁତର ଅବସ୍ଥାରେ ଘରେ ଛାଡ଼ିଦେଇ ଚାଲିଯାଇଥିଲେ |

ଯେଉଁଥି ପାଇଁ କିଛି ସମୟ ପରେ ତାଙ୍କର ମୃତ୍ୟୁ ଘଟିଥିଲା । ପରେ ତାଙ୍କ ସ୍ତ୍ରୀ ଏବଂ ଝିଅ ଘରେ ଶବକୁ ଜଗି ରହିଥିଲେ | ତାଙ୍କର ସମ୍ପର୍କୀୟ କେହି ଆସି ନଥିବା ବେଳେ ଶବଟି ସକାଳ ପ୍ରାୟ ୧୦ ସମୟ ପର୍ୟ୍ୟନ୍ତ ପଡ଼ିରହିଥିଲା। ତେବେ ରାତି ପ୍ରାୟ ୭ ଟା ବେଳେ ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳ ୧୦ ଟା ବେଳେ ଗାଇସିଲେଟ ବ୍ଲକ ଅନ୍ତର୍ଗତ କେନ୍ଦୁଭଟା ଦେବଦତ୍ତ କ୍ଳବ୍ ଖବର ପାଇ ଘଟଣା ସ୍ଥଳରେ ଗାଇସିଲେଟ ବିଡିଓ ନିରଞ୍ଜନ ସା ଓ ତହସିଲଦାର ପୁଷ୍ପକ ପଧାନ ଉପସ୍ଥିତ ରହି କ୍ଳବର ସଭ୍ୟମାନେ ଶବକୁ ଘରୁ ବାହାର କରି ଶବ ସତ୍କାର କରିବାର ଦେଖିବାକୁ ମିଳିଛି |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ