ଗାନ୍ଧୀ ଜୟନ୍ତି ପୂର୍ବରୁ ସାରା ଦେଶରେ ଜାରି ରହିଛି ‘ସ୍ୱଚ୍ଛତା ହିଁ ସେବା’ଅଭିଯାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଦେଶ ପାଳିଛି ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ।ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜନ୍ମ ବାର୍ଷିକୀ ପୂର୍ବରୁ ସାରା ଦେଶରେ ସ୍ବଚ୍ଛତା ଅଭିଯାନ ଜାରି ରହିଛି। ନିଜେ ହାତରେ ଝାଡୁ ଧରି ସଫେଇ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଶ୍ରମଦାନ କରିବାର ଭିଡିଓ ନିଜ ଟ୍ୱିଟର ଆକାଉଣ୍ଟରେ ସେୟାର କରିଛନ୍ତି ନରେନ୍ଦ୍ର ମୋଦୀ ।ରେସଲର ଅଙ୍କିତ ବେୟନପୁରିୟାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରମଦାନ କରିଛନ୍ତି ।ଏହି ସମୟରେ ଅଙ୍କିତଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୋଦୀ ।

ଏହା ସହ ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶ ସ୍ୱଚ୍ଛତା ଉପରେ ଧ୍ୟାନ କେନ୍ଦ୍ରୀଭୁତ କରୁଛି । ଗାନ୍ଧୀ ଜୟନ୍ତୀ ପୂର୍ବରୁ ସାରା ଦେଶରେ ସ୍ୱଚ୍ଛତା ଅଭିଯାନ କରାଯାଇଛି । ସ୍ୱଚ୍ଛ ଭାରତ ଅଭିଯାନର ୯ ବର୍ଷ ପୂର୍ତ୍ତି ଅବସରରେ ମେଗା ସ୍ୱଚ୍ଛତା ଅଭିଯାନ ପାଳିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ସ୍ୱଚ୍ଛତା ପାଇଁ ୧ ଘଣ୍ଟା ସାମୂହିକ ଶ୍ରମଦାନ କରିଛନ୍ତି ଜନତା । ଦେଶର ୬ ଲକ୍ଷ ୪୦ହଜାର ସ୍ଥାନରେ ଏହି କାର୍ୟ୍ୟକ୍ରମ ଆୟୋଜିତ ହୋଇଛି । ସ୍ୱଚ୍ଛ ଭାରତ ଅଭିଯାନର ୯ ବର୍ଷ ପୂର୍ତ୍ତି ଅବସରରେ ମେଗା ସ୍ୱଚ୍ଛତା ଅଭିଯାନ ପାଳିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ସ୍ୱଚ୍ଛତା ପାଇଁ ୧ ଘଣ୍ଟା ସାମୂହିକ ଶ୍ରମଦାନ କରିଛନ୍ତି ଜନତା ।

ଦେଶର ୬ ଲକ୍ଷ ୪୦ହଜାର ସ୍ଥାନରେ ଏହି କାର୍ୟ୍ୟକ୍ରମ ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଆଜି ଅହମ୍ମଦାବାଦରେ ଏହି ଅଭିଯାନରେ ସାମିଲ ହୋଇଥିଲେ ଗୃହମନ୍ତ୍ରୀ ଅମିତ ଶାହ । ହାତରେ ଝାଡୁ ଧରି ସଫା କରିଥିଲେ ଅମିତ ଶାହ । ଦିଲ୍ଲୀରେ ଶ୍ରମଦାନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ନର୍ଥ କ୍ୟାମ୍ପସ, ଜିସି ମାର୍ଗ ଓ ଶ୍ରେୟା ମାର୍ଗରେ ସଫେଇ କରିଥିଲେ । ଏଥିରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଓ ପ୍ରଧ୍ୟାପକ ସାମିଲ ହୋଇଥିଲେ । କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଦିଲ୍ଲୀରେ ଏହି କାର୍ୟ୍ୟକ୍ରମରେ ସାମିଲ ହୋଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’