Masthead

ଲାଲୁଙ୍କ ସମେତ ୯ ଜଣଙ୍କୁ ଜାମିନ ଦେଲେ କୋର୍ଟ

ବିହାର (ବଡ଼ ଖବର ବ୍ୟୁରୋ): ଚାକିରି ପାଇଁ ଜମି ଦୁର୍ନୀତି ମାମଲାରେ ଯାଦବ ପରିବାରକୁ ବଡ ଆଶ୍ୱସ୍ତି । ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାର ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟରୁ ମିଳିଛି ଏହି ଆଶ୍ୱସ୍ତି । ଏହି ମାମଲାରେ ଲାଲୁ ଯାଦବ, ତାଙ୍କ ପୁଅ ତେଜସ୍ୱୀ ଯାଦବ ଏବଂ ତେଜ ପ୍ରତାପ ଯାଦବଙ୍କୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଚାକିରି ପାଇଁ ଜମି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ସମେତ ସମସ୍ତ ୯ ଅଭିଯୁକ୍ତଙ୍କୁ ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ଶୁଣାଣି ସୋମବାର ହୋଇଥିଲା।

ବର୍ତ୍ତମାନ ପରବର୍ତ୍ତୀ ଶୁଣାଣି ୨୫ ଅକ୍ଟୋବରରେ ହେବ। ସମସ୍ତଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ୍‌ରେ ଜାମିନ ପ୍ରଦାନ କରାଯାଇଛି। ଏଥିସହିତ କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ସେମାନଙ୍କ ପାସ୍‌ପୋର୍ଟ ଦାଖଲ କରିବାକୁ କହିଛନ୍ତି। ଶୁଣାଣି ସମୟରେ ଇଡି କୋର୍ଟଙ୍କୁ କହିଛନ୍ତି ଯେ ରାବ୍ରି ଦେବୀ, ହେମା ଯାଦବ ଏବଂ ମିସା ଯାଦବଙ୍କୁ ଜାମିନ ପ୍ରଦାନ ପାଇଁ ପୂର୍ବ ନିର୍ଦ୍ଦେଶ ପରି ନିର୍ଦ୍ଦେଶ ଦିଆଯିବ।

ଚାକିରି ପାଇଁ ଜମି ମାମଲାରେ ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ, ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ଲାଲୁଙ୍କ ବଡ଼ ପୁଅ ତେଜପ୍ରତାପ ଯାଦବ, ମିସା ଭାରତୀ ରାଉସ୍‌ ଆଭେନ୍ୟୁ କୋର୍ଟରେ ପହଞ୍ଚିଥିଲେ। ଇଡି ଚାର୍ଜଶିଟ୍‌ ଗ୍ରହଣ କରି କୋର୍ଟରେ ହାଜର ହେବାକୁ ସମନ ଜାରି କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ