Masthead

ଗାଧୋଇବାବେଳେ ଟାଣିନେଲା କୁମ୍ଭୀର

ଗଞ୍ଜାମ (ବଡ଼ଖବର) ଗାଧୋଇବାବେଳେ ଟାଣି ନେଲା କୁମ୍ଭୀର  । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଘୋଡାହଡ ନଦୀରେ । ଗାଧୋଉଥିବା ବେଳେ ଜଣେ ଛାତ୍ରକୁ ଏକ କୁମ୍ଭୀର ଟାଣି ନେଇଛି । ଏକ ଘଣ୍ଟା ପରେ ଗ୍ରାମବାସୀଙ୍କ ସହାୟତାରେ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଖମ୍ବାରୀ ଗାଁ ପଞ୍ଚାୟତ ସେବକ ଟିକରପଡା ଗ୍ରାମର କୁମାର ଗୈାଡ । ସେ ପଞ୍ଚମ ଶ୍ରେଣୀର ଛାତ୍ର ଅଟନ୍ତି । ଶୁଭ୍ରାଂଶୁ ସୋମବାର ଅପରାହ୍ନରେ ବିଦ୍ୟାଳୟରୁ ଆସି ଗ୍ରାମ ନିକଟରେ ଥିବା ଘୋଡାହଡ ନଦୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ସମୟରେ ଏକ କୁମ୍ଭୀର ଶୁଭ୍ରାଂଶୁଙ୍କୁ ପାଣି ଭିତରକୁ ଟାଣି ନେଇଥିଲା । ଅନେକ ସମୟ ପରେ ଶୁଭ୍ରାଂଶୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ପରେ ନଦୀକୂଳେ ଶୁଭ୍ରାଂଶୁଙ୍କ ଡ୍ରେସ୍ ଓ ଚପଲ ଦେଖିଥିଲେ । ନଦୀ ତୁଠ ଠାରୁ ଅଳ୍ପ ଦୂରରେ ଲୋକେ କୁମ୍ଭୀରକୁ ଦେଖିବା କ୍ଷଣି ଗ୍ରାମବାସୀ ଓ ସେଠାକାର କେଉଟମାନେ ମାଛ ଜାଲ ଫୋପାଡି ଥିଲେ । ଯାହାଫଳରେ କୁମ୍ଭୀର ଶୁଭ୍ରାଂଶୁକୁ ଛାଡି ପଳାଇଥିଲା । ପରେ ଶୁଭ୍ରାଂଶୁଙ୍କୁ ଗ୍ରାମବାସୀ ଉଦ୍ଧାର କରି ଡଙ୍ଗା ସାହାଯ୍ୟରେ ଆଣିଥିଲେ । କିନ୍ତୁ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଘଟଣାସ୍ଥଳରେ ଗ୍ରାମରେ ଗ୍ରାମବାସୀଙ୍କ ଦ୍ବାରା ଉତ୍ତେଜନା ପ୍ରକାଶ ପାଇଥିଲା । ବନ ବିଭାଗର ଅବହେଳା ଯୋଗୁଁ ଏଭଳି ବାରମ୍ବାର ଦୁର୍ଘଟଣା ହେଉଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ଖବର ପାଇ ଘଟଣାସ୍ଥଳରେ ନୂଆଗାଁ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ