Masthead

ମଇଁଷିକୁ ଝାମ୍ପି ନେଲା କୁମ୍ଭୀର

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ) :   ନଦୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣି ନେଇଗଲା କୁମ୍ଭୀର । ତେବେ ଗତ କାଲି ବାତ୍ୟା ଗୁଲାବ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ସହ ଧାମରା ନିକଟରେ ସମୁଦ୍ର ଏବେ ଅଶାନ୍ତ ରହିଛି । ଫଳରେ ଚାନ୍ଦବାଲି ବ୍ଲକର ବୈତରଣୀ ନଦୀ ସମେତ ଅନ୍ୟ ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି । ଏମିତିକି ବୈତରଣୀ ନଦୀରେ ଏକ କୁମ୍ଭୀର ପହଁରୁଥିବାର ଦେଖିବାକୁ ମିଳିଛି ।

ସୂଚନା ଅନୁଯାୟୀ , ଆଜି ସକାଳେ ଚାନ୍ଦବାଲି ବ୍ଲକର ଆରଡି ନିକଟସ୍ଥ ଦୋହରା ଗାଁ ନିକଟରେ ଥିବା ବୈତରଣୀ ନଦୀ ପଠାରେ କେତେକ ମଇଁଷି ଚୁରୁଥିଲେ । ଏହି ସମୟରେ ଗୋଟିଏ ମଇଁଷକୁ କୁୁମ୍ଭୀର ପାଣି ଭିତରକୁ ଟାଣି ନେଇଥିଲା । ଯାହାର ଏକ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ କୁମ୍ଭୀରଟି ମଇଁଷିକୁ ଧରି ଭାସୁଥିବାର ଦେଖିବାକୁ ମିଳିଛି । ନଦୀ ପଠାରେ ଥିବା ଗ୍ରାମବାସୀଙ୍କ ମନରେ ଏବେ କୁମ୍ଭୀରକୁ ନେଇ ଆତଙ୍କ ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ