Masthead

ବିଶ୍ୱନାଥ ବିଦ୍ୟାପୀଠକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣକଲେ କଟକ ଜିଲ୍ଲାପାଳ

କଟକ (ବଡ଼ ଖବର ବ୍ୟୁରୋ): ଆଠଗଡର ସର୍ବପୁରାତନ ହାଇସ୍କୁଲ ବିଶ୍ୱନାଥ ବିଦ୍ୟାପୀଠକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି କଟକ ଜିଲ୍ଳାପାଳ ଭବାନୀ ଶଙ୍କର ଚୟନି । ଜିଲ୍ଲାପାଳ ଆଠଗଡ ଆସି ସହରରେ ଥିବା ସର୍ବପୁରାତନ ବିଶ୍ୱନାଥ ବିଦ୍ୟାପୀଠ ବୁଲି ଦେଖିବା ସହିତ ଏହାର ଆନୁସଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ । ସ୍କୁଲର ପ୍ରଧାନଶିକ୍ଷକଙ୍କ ଠାରୁ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି ୧୯୭୬ ମସିହା ଠାରୁ ୧୯୭୯ ପର୍ଯ୍ୟନ୍ତ ଏହି ବିଦ୍ୟାପୀଠରେ ପାଠପଢି ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ ।

ରାଜ୍ୟରେ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ରହି ବିଦ୍ୟାପୀଠର ଗୌରବ ବଢ଼ାଇଥିଲେ। ତେବେ ସରକାର ମୋ ସ୍କୁଲ ଅଭିଯାନ ମାଧ୍ୟମରେ ଜିଲ୍ଲାପାଳମାନଙ୍କୁ ଗୋଟିଏ ଗୋଟିଏ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ନେବାପାଇଁ ନିର୍ଦ୍ଦେଶ ଦେଇଥିବାବେଳେ ଆଜି କଟକ ଜିଲ୍ଲାପାଳ ବିଶ୍ୱନାଥ ବିଦ୍ୟାପୀଠକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରି ସ୍କୁଲର ଉନ୍ନତି ପାଇଁ କାମ କରିବେ ବୋଲି ପ୍ରକାଶ କରିଛନ୍ତି ।

ଜିଲ୍ଲାପାଳଙ୍କ ସହିତ ଆଠଗଡ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି, ତହସିଲଦାର ତପନ କୁମାର ଖୁଣ୍ଟିଆ,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଆଶାଲତା ରଚମାଳା,ଜିଲା ଶିକ୍ଷା ଅଧିକାରୀ ସୁସ୍ମିତା ସାହୁ, ପ୍ରଧାନଶିକ୍ଷକ ରୁଦ୍ର ନାରାୟଣ ସାମଲ,ବିଦ୍ୟାପୀଠର ପୂର୍ବତନ ଛାତ୍ର ଓ ସାମ୍ବାଦିକମାନେ ଯୋଗ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ