Masthead

ବିଶ୍ୱନାଥ ବିଦ୍ୟାପୀଠକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣକଲେ କଟକ ଜିଲ୍ଲାପାଳ

କଟକ (ବଡ଼ ଖବର ବ୍ୟୁରୋ): ଆଠଗଡର ସର୍ବପୁରାତନ ହାଇସ୍କୁଲ ବିଶ୍ୱନାଥ ବିଦ୍ୟାପୀଠକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି କଟକ ଜିଲ୍ଳାପାଳ ଭବାନୀ ଶଙ୍କର ଚୟନି । ଜିଲ୍ଲାପାଳ ଆଠଗଡ ଆସି ସହରରେ ଥିବା ସର୍ବପୁରାତନ ବିଶ୍ୱନାଥ ବିଦ୍ୟାପୀଠ ବୁଲି ଦେଖିବା ସହିତ ଏହାର ଆନୁସଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ । ସ୍କୁଲର ପ୍ରଧାନଶିକ୍ଷକଙ୍କ ଠାରୁ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି ୧୯୭୬ ମସିହା ଠାରୁ ୧୯୭୯ ପର୍ଯ୍ୟନ୍ତ ଏହି ବିଦ୍ୟାପୀଠରେ ପାଠପଢି ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ ।

ରାଜ୍ୟରେ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ରହି ବିଦ୍ୟାପୀଠର ଗୌରବ ବଢ଼ାଇଥିଲେ। ତେବେ ସରକାର ମୋ ସ୍କୁଲ ଅଭିଯାନ ମାଧ୍ୟମରେ ଜିଲ୍ଲାପାଳମାନଙ୍କୁ ଗୋଟିଏ ଗୋଟିଏ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ନେବାପାଇଁ ନିର୍ଦ୍ଦେଶ ଦେଇଥିବାବେଳେ ଆଜି କଟକ ଜିଲ୍ଲାପାଳ ବିଶ୍ୱନାଥ ବିଦ୍ୟାପୀଠକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରି ସ୍କୁଲର ଉନ୍ନତି ପାଇଁ କାମ କରିବେ ବୋଲି ପ୍ରକାଶ କରିଛନ୍ତି ।

ଜିଲ୍ଲାପାଳଙ୍କ ସହିତ ଆଠଗଡ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି, ତହସିଲଦାର ତପନ କୁମାର ଖୁଣ୍ଟିଆ,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଆଶାଲତା ରଚମାଳା,ଜିଲା ଶିକ୍ଷା ଅଧିକାରୀ ସୁସ୍ମିତା ସାହୁ, ପ୍ରଧାନଶିକ୍ଷକ ରୁଦ୍ର ନାରାୟଣ ସାମଲ,ବିଦ୍ୟାପୀଠର ପୂର୍ବତନ ଛାତ୍ର ଓ ସାମ୍ବାଦିକମାନେ ଯୋଗ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ବାଂଲାଦେଶରେ ‘ତାଲିବାନି ଯୁଗ’ 🔴 ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ 🔴 ଓଡ଼ିଶା ହେବ ଟେକ୍ସଟାଇଲ ହବ୍ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ବାଂଲାଦେଶରେ ‘ତାଲିବାନି ଯୁଗ’ 🔴 ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ 🔴 ଓଡ଼ିଶା ହେବ ଟେକ୍ସଟାଇଲ ହବ୍ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ