Masthead

ମିଳିଲା ବାପା-ପୁଅଙ୍କ ମୃତ ଶରୀର

ଯାଜପୁର(ବଡ଼ ଖବର ବ୍ୟୁରୋ): ବନ୍ୟା ପାଣିରେ ଭାସିଯାଇଥିବା ବାପା ପୁଅଙ୍କ ମୃତ ଶରୀର ମିଳିଲା । ସ୍ଥାନୀୟ ଲୋକ ସକାଳୁ କେହି ଜଣେ ଭାସୁଥିବା ଦେଖି ଖବର ଦେଇଥିଲେ । ଏହାପରେ ଲୋକେ ପହଞ୍ଚି ଉଦ୍ଧାର କରିଥିଲେ ଉଭୟ ବାପ ପୁଅଙ୍କୁ । ତେବେ ବାପା ପୁଅଙ୍କୁ ଗୋଟିଏ ସ୍ଥାନରୁ ଉଦ୍ଧାର କରାଯାଇଥିବା ଜଣାପଡିଛି । ମୃତକ ହେଲେ ବାଲିଆ ପଞ୍ଚାୟତ ଗଙ୍ଗାଧରପୁର ଗାଁର ବାପା କିଶୋର ସିଂ, କୈଳାସ ସିଂ । ବୁଧବାର ଦିନ ଗାଈକୁ ଉଦ୍ଧାର କରିବାକୁ ଯାଇ ଭାସିଯାଇଥିଲେ ବାପା ଓ ପୁଅ । ଯାଜପୁର ଜିଲ୍ଲା ବରି ବ୍ଲକ ବାଲିଆ ପଞ୍ଚାୟତ ଗଙ୍ଗାଧରପୁର ଗାଁର ଘଟିଥିଲେ ଘଟଣା ।

ଖବର ଅନୁଯାୟୀ, ବୁଧବାର ଦିନ ପାଟକୁ ଗାଈ ଆଣିବାକୁ ଯାଇଥିବା ବେଳେ ବାପା କିଶୋର ସିଂ ନଦୀରେ ଖସି ପଡିଥିଲେ। ଏହା ଦେଖି ସେଠାରେ ଥିବା ତାଙ୍କ ପୁଅ କୈଳାସ ସିଂ ନଦୀରୁ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ମାତ୍ର ନଦୀ ସୁଅରେ ଉଭୟ ବାପପୁଅ ଭାସି ଯାଇଥିଲେ। ଖବର ପାଇ ବାପ ପୁଅ ଦୁହିଁଙ୍କୁ ଉଦ୍ଧାର କରିବା ପାଇଁ ଓଡ୍ରାଫ୍ ଟିମ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟଜାରି ରଖିଥିଲେ । ହେଲେ ତାଙ୍କୁ ଉଦ୍ଧାର କରିପାରି ନଥିଲେ । ଶେଷରେ ଗୁରୁବାର ସକାଳୁ ଗଙ୍ଗାଧର ପୁର ଗାଁ ନିକଟରେ ଥିବା ସ୍କୁଲ ପାଖ ବାଉଁଶ ବୁଦାରୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ଖେଳି ଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ