Masthead

କେନାଲରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

ସାଲେପୁର(ବଡ଼ ଖବର ବ୍ୟୁରୋ): କେନାଲରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଜିଲ୍ଲା ସାଲେପୁର ବହୁଗ୍ରାମ ଖରାଖିଆ ବଜାର ନିକଟସ୍ଥ କେନାଲରୁ । ସ୍ଥାନୀୟ ଅଞ୍ଚଳର କିଛି ଲୋକ ସିଂହମାପୁର ଖରଖିôଆ କେନାଲ ବନ୍ଦରେ ଏକ ଯୁବକଙ୍କ ମୃତଦେହ ଭାସୁଥବାର ଦେଖି ପାଗା ଫାଣ୍ଡି ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପଗା ଫାଣ୍ଡି ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ଶବକୁ ଜବତ କରିଛି।

ଏ ସଂପର୍କରେ ପରିବାର ଲୋକେ ଜାଣିବା ପରେ ଥାନାରେ ଅଭିଯୋଗ କରିଛନ୍ତି। ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଏ ଯୁବକ ଜଣକ ହେଉଛନ୍ତି ସ୍ଥାନୀୟ ଭାତପଡା ଯାଆଁଳେଇ ଗ୍ରାମର ।ଏବଂ ବୟସ ପାଖାପାଖି ୪୦ ହେବ ଓ ନାଁ ତାଙ୍କର ପାଗଳ ବୋଲି ଜଣାପଡ଼ିଛି । ଘଟଣା ସ୍ଥଳରେ ପାଗା ଫାଣ୍ଡି ଅଧିକାରୀ କୁଞ୍ଜବିହାରୀ ଧିର୍ ଶବକୁ ବ୍ୟବଛେଦ ନିମନ୍ତେ କଟକ ବଡ଼ ଡ଼ାକ୍ତରଖାନାକୁ ପଠାଇବା ସହିତ ଅଧିକ ତଦନ୍ତ ଚଳାଇଥିବା ବେଳେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ଶବବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ