Masthead

ଆଜି ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର କେବେ ଖୋଲିବ ସେନେଇ ଆଜି ନିଆଯିବ ନିଷ୍ପତ୍ତି । ଅଗଷ୍ଟ ଅନଲକରେ ରାଜ୍ୟରେ ମନ୍ଦିର ଖୋଲିବା ଲାଗି ଅନୁମତି ମିଳିଛି । ତେବେ କେବେ ଖୋଲିବ ଶ୍ରୀମନ୍ଦିର ? ଜଗାକୁ ଦେଖିବାକୁ ଭକ୍ତ ବ୍ୟାକୁଳ ହେଲେଣି । ଏହା ଉପରେ ନିଷ୍ପତ୍ତି ନେବେ ଜିଲ୍ଲା ପ୍ରଶାସନ । ରାଜ୍ୟର ବିଭିନ୍ନ ସ୍ଥାନରେ ମନ୍ଦିର ଖୋଲିଲାଣି । ଆଜି ଛତିଶା ନିଯୋଗ ବୈଠକ ବସିବ । ସୂଚନା ଅନୁଯାୟୀ, ରାଜ୍ୟରେ କରୋନାର ୨ୟ ଲହର ସଂକ୍ରମଣକୁ ଦେଖି ପୁରୀ ମନ୍ଦିରରେ ସାଧାରଣ ଦର୍ଶନ ଉପରେ ରୋକ ଲଗାଇଥିଲା ପ୍ରଶାସନ । କେବଳ ମନ୍ଦିରରେ ପୂଜାର୍ଚ୍ଚନା ଜାରି ରହିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଥିଲା ।

କିନ୍ତୁ ସଂକ୍ରମଣ କମିବା ପରେ ରାଜ୍ୟରେ କଟକଣା ଧିରେ ଧିରେ କୋହଳ ହେବାରେ ଲାଗିଛି । ଏପିରିକି ରାଜ୍ୟର ସମସ୍ତ ମନ୍ଦିର ଖୋଲିବାକୁ ଗ୍ରୀନ୍‌ ସିଗନାଲ୍‌ ଦେଇଛନ୍ତି ରାଜ୍ୟ ସରକାର। ମନ୍ଦିର ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳ ନେଇପାରିବେ । ଆଗାମୀ ଦିନରେ ମନ୍ଦିର ଖୋଲିବା ନେଇ ଯେଉଁ ସସ୍‌ପେନ୍ସ ଜାରି ରହିଛି । ତାହା ଆଜି ଶେଷ ହେବ । ଆଜି ଛତିଶା ନିଯୋଗ ବୈଠକ ବସିବାକୁ ଯାଉଛି । ଏଥିରେ ମନ୍ଦିର ଖୋଲିବା ଉପରେ ନିଷ୍ପତ୍ତି ନିଆଯିବାର ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ