Masthead

କେଜ୍ରିୱାଲଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ, ଦିଲ୍ଲୀ ହାଇକୋର୍ଟ ଶୁଣାଇବେ ରାୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): : ଅବକାରୀ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ । ଆଜି ଦିଲ୍ଲୀ ହାଇକୋର୍ଟ ଏହି ମାମଲାରେ ରାୟ ଶୁଣାଇବେ । ମିନି ଲଣ୍ଡ୍ରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଗିରଫ କରିଛି । ଏହାକୁ ପ୍ରତିବାଦ କରି ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ ହୋଇଥିଲା । ତେବେ ଆଜି ଏହି ମାମଲାର ରାୟ ଶୁଣାଇବେ ଉଚ୍ଚ ଅଦାଲତ । ଜଷ୍ଟିସ୍ ସ୍ୱର୍ଣ୍ଣକାନ୍ତ ଶର୍ମା ଆଜି ଅପରାହ୍ନ ସାଢ଼େ ୨ଟାରେ ରାୟ ଶୁଣାଇବେ ।

ଗିରଫଦାରି ବ୍ୟତିତ ଏବେ ତିହାର ଜେଲରେ ଥିବା କେଜ୍ରିୱାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ହେପାଜତରେ ତାଙ୍କ ରିମାଣ୍ଡକୁ ମଧ୍ୟ ଚ୍ୟାଲେଞ୍ଜ କରିଛନ୍ତି । ଆବେଦନରେ ଗିରଫ କରିବାର ସମୟ ଉପରେ ପ୍ରଶ୍ନ ଉଠାଯାଇଛି । ଅନ୍ୟପକ୍ଷରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆବେଦନକୁ ବିରୋଧ କରି ଯୁକ୍ତି ବାଢ଼ିଛି ଯେ ଆଇନ ସମସ୍ତଙ୍କ ପାଇଁ ସମାନ । ସେହିପରି ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ମଧ୍ୟ କେଜ୍ରିୱାଲଙ୍କ ଓକିଲଙ୍କୁ ଭେଟିବା ପାଇଁ ଅତିରିକ୍ତ ସମୟ ମାଗିଥିବା ଆବେଦନ ଉପରେ ରାୟ ଶୁଣାଇବେ ।

ଦିଲ୍ଲୀ ଅବକାରୀ ନୀତି ମାମଲାରେ ଇଡି ୨୦୨୨ରୁ ଯାଞ୍ଚ ଆରମ୍ଭ କରିଥିବା ବେଳେ କେଜ୍ରିଓ୍ବାଲଙ୍କୁ ନିର୍ବାଚନ ବର୍ଷରେ ଗିରଫ କରିବା ନେଇ ପ୍ରଶ୍ନ ଉଠାଇଥିଲେ ଅଭିଷେକ ମନୁ ସିଂହଭି । ତେବେ ଇଡି ବିରୋଧରେ କେଜ୍ରିଓ୍ବାଲଙ୍କ ପକ୍ଷରୁ ହୋଇଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆସିଷ୍ଟାଣ୍ଟ ସଲିସିଟର ଜେନେରାଲ୍ । ମଦ ନୀତି ମାମଲାରେ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମାର୍ଚ୍ଚ ୨୧ ତାରିଖରେ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ଗିରଫ କରିଥିଲା । ପରେ ତାଙ୍କୁ ମାର୍ଚ୍ଚ ୨୮ ପର୍ୟ୍ୟନ୍ତ ରିମାଣ୍ଡରେ ପଠାଇବାକୁ ଅନୁମତି ଦେଇଥିଲେ ସ୍ଵତନ୍ତ୍ର କୋର୍ଟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ