Masthead

ଦିଲ୍ଲୀ ଦଙ୍ଗା ଥିଲା ପ୍ରିପ୍ଲାନିଂ: ହାଇକୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):   ଦିଲ୍ଲୀ ଦଙ୍ଗା ଏକ ସୁଚିନ୍ତିତ ଷଡଯନ୍ତ୍ର ଥିଲା । ଜାଣିଶୁଣି ଏଭଳି ଦଙ୍ଗା ପାଇଁ ପ୍ଲାନିଂ କରାଯାଇଥିଲା । ତେବେ ଫେବୃଆରୀ ୨୦୨୦ରେ ଦିଲ୍ଲୀରେ ହୋଇଥିବା ଦଙ୍ଗାକୁ ନେଇ ଦିଲ୍ଲୀ ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି । ସୂଚନା ମୁତାବକ, ୨୦୨୦ ଫେବୃଆରୀ ୨୩ ତାରିଖରେ ରାଜଧାନୀ ଦିଲ୍ଲୀର ଉତ୍ତର-ପୂର୍ବାଞ୍ଚଳରେ ପ୍ରବଳ ଦଙ୍ଗା ହୋଇଥିଲା । ଯାହାକି ପ୍ରାୟ ୩ ଦିନ ଧରି ଜାରି ରହିଥିଲା । ତେବେ ସୋମବାର ଦିଲ୍ଲୀ ହିଂସା ମାମଲାରେ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କରିବା ପରେ ଦିଲ୍ଲୀ ହାଇକୋର୍ଟ ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି ।

କୋର୍ଟର ମନ୍ତବ୍ୟ ଅନୁସାରେ, ରାଜଧାନୀରେ ଆଇନ ବ୍ୟବସ୍ଥାକୁ ପ୍ରଭାବିତ କରିବା ପାଇଁ ଏହା ଏକ ଯୋଜନାବଦ୍ଧ ହିଂସା କରାଯାଇଥିଲା । ତେବେ ଭିଡିଓ ଫୋଟେଜରୁ ପ୍ରଦର୍ଶନକାରୀଙ୍କ ଆଚରଣ ସ୍ପଷ୍ଟ ଭାବରେ ଦର୍ଶାଉଛି ଯେ ସରକାରଙ୍କ ସମେତ ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରିବା ପାଇଁ ଏହା ଏକ ସୁଚିନ୍ତିତ ଦଙ୍ଗା ଥିଲା ବୋଲି କୋର୍ଟ କହିଛନ୍ତି । ଜଷ୍ଟିସ ସୁବ୍ରମଣ୍ୟମ ପ୍ରସାଦ କହିଛନ୍ତି ଯେ, ଦୁର୍ବୃତ୍ତଙ୍କ ଦ୍ୱାରା ସିସିଟିଭି ଭାଙ୍ଗିବା, ସହରରେ ଆଇନ ଶୃଙ୍ଖଳାକୁ ଭଣ୍ଡରୁ କରିବା ପାଇଁ ପୂର୍ବରୁ ପ୍ଲାନିଂ କରାଯାଇଥିଲା । ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ, ଏଭଳି ଘଟଣା ହଠାତ ଘଟିନଥିଲା, ଏହା ଏକ ଯୋଜନାବଦ୍ଧ ଭାବେ ଷଡଯନ୍ତ୍ର ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି