Masthead

ରାଜ୍ୟସଭାରେ ପାରିତ ହେଲା ଦିଲ୍ଲୀ ସେବା ବିଲ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟସଭାରେ ବି ପାରିତ ହେଲା ଦିଲ୍ଲୀ ସେବା ବିଲ୍ । ସମର୍ଥନରେ ୧୩୧, ବିରୋଧରେ ପଡ଼ିଲା ୧୦୨ ଭୋଟ୍ । ପୂର୍ବରୁ ଲୋକସଭାରେ ବିଲ୍ ପାସ୍ ହୋଇସାରିଛି । ଏବେ ରାଷ୍ଟ୍ରପତିଙ୍କ ମୋହର ପରେ ଆଇନରେ ପରିଣଥ ହେବ ବିଲ୍ । ସେପଟେ ବିଲ୍ ପାସ୍ ହେବା ପରେ କଡ଼ା ସମାଲୋଚନା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ସେ କହିଛନ୍ତି କେନ୍ଦ୍ର ସରକାର ସୁପି୍ରମକୋର୍ଟଙ୍କ ଆଦେଶ ଉଲ୍ଲଙ୍ଘନ କରିଛନ୍ତି । ବିଲକୁ ନେଇ ଦିଲ୍ଲୀ ସରକାର ଓ କେନ୍ଦ୍ର ସରକାର ମଧ୍ୟରେ ବିବାଦ ଦେଖାଦେଇଥିଲା । କେଜରିୱାଲ ସରକାର ସୁପ୍ରିମକୋର୍ଟ ଯାଇଥିଲେ ।

ସୁପ୍ରିମକୋର୍ଟ କେଜରିୱାଲ ସରକାର ସପକ୍ଷରେ ରାୟ ଦେଇଥିଲେ । ସୁପ୍ରିମକୋର୍ଟଙ୍କ ରାୟ ପରେ କେନ୍ଦ୍ର ସରକାର ବିଲ ଆଣିଛନ୍ତି । ପୂର୍ବରୁ ଲୋକସଭାରେ ବିଲ୍ ପାରିତ ହୋଇସାରିଥିବା ବେଳେ ଗତକାଲି ରାଜ୍ୟସଭାରେ ବିଲ୍ ଆଗତ କରାଯାଇଥିଲା । ପ୍ରଥମେ ଗୃହରେ ବିଲ୍ ଉପରେ ଆଲୋଚନା ହୋଇଥିଲା । ଆଲୋଚନାର ଉତ୍ତର ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଥିଲେ, ସୁପ୍ରିମକୋର୍ଟ ଆଦେଶର ଉଲ୍ଲଙ୍ଘନ କରୁନାହିଁ । ଏହା ଆଇନରେ ପରିଣତ ହେଲେ ଦିଲ୍ଲୀ ଅଧିକାରୀଙ୍କ ପୋଷ୍ଟିଂ ଓ ବଦଳି ସମେତ ଅନେକ ଅଧିକାର ଉପରାଜ୍ୟପାଳଙ୍କୁ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି