ଆଜି ରାଜ୍ୟସଭାରେ ଆଗତ ହେବ ଦିଲ୍ଲୀ ସର୍ଭିସ ବିଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାରେ ପାରିତ ହୋଇସାରିଥିବା ଦିଲ୍ଲୀ ସର୍ଭିସ ବିଲ୍ ଆଜି ରାଜ୍ୟସଭାରେ ଆଗତ ହେବ ବିଲ ଉପସ୍ଥାପନା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପୂର୍ବରୁ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଲୋକସଭାରେ ବିଲ ଆଗତ ହୋଇସାରିଛି । ରାଜ୍ୟସଭାରେ ବିଲ ଆଗତ ହେବା ପୂର୍ବରୁ ନିଜର ସବୁ ରାଜ୍ୟସଭା ସାଂସଦଙ୍କୁ ଆଜି ଓ କାଲି ଉପସ୍ଥିତ ରହିବାକୁ ଆପ ହ୍ୱିପ ଜାରି କରିଛି । କଂଗ୍ରେସ ମଧ୍ୟ ନିଜ ସାଂସଦଙ୍କୁ ଉପସ୍ଥିତ ରହିବାକୁ ହ୍ୱିପ ଜାରି କରିଛି ।

ରାଜ୍ୟସଭାରେ ବିଲକୁ ରୋକିବାକୁ ବିରୋଧୀ ଇଣ୍ଡିଆ ମେଣ୍ଟ ଭରପୁର ଉଦ୍ୟମ କରିବେ । ପୂର୍ବରୁ ବିଭିନ୍ନ ଦଳକୁ ଭେଟି ସମର୍ଥନ ମାଗିଥିଲେ କେଜ୍ରିୱାଲ । ତେବେ ଲୋକସଭାରେ ଏନଡିଏର ସଂଖ୍ୟା ଗରିଷ୍ଠତା ଥିବାରୁ ବିଲ୍‌ଟି ବିନା ବାଧାରେ ପାରିତ ହୋଇଥିଲା । ରାଜ୍ୟସଭାରେ ବି ଏନଡିଏ ପକ୍ଷରେ ଅଧିକ ସମର୍ଥନ ରହିଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ