କାଲି ସକାଳ ସୁଦ୍ଧା ବାତ୍ୟା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ଲଘୁଚାପ । ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହେଲା । ଅଧିକ ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ । କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ । କାଲି ସନ୍ଧ୍ୟା ସୁଦ୍ଧା ଘନୀଭୂତ ହୋଇ ଭୀଷଣ ବାତ୍ୟା ସମ୍ଭାବନା । ଏନେଇ ପାଣିପାଗ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ଓଡ଼ିଶା ଉପରେ ସେପରି ପ୍ରଭାବ ନ ଥିବା ପୂର୍ବରୁ ସ୍ପଷ୍ଟ କରାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହା ପରେ ଉତ୍ତର-ପୂର୍ବ ଦିଗକୁ ଗତି କରିବ। ୨୫ ତାରିଖ ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ୨୪ ତାରିଖରୁ ୨୭ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ସିଧା ସଳଖ ରହିବ ନାହିଁ ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା