Masthead

ଫିଟିବ ପାଗ, ବଢିବ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଇ ଦୁର୍ବଳ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପୂର୍ବର-ଉତ୍ତରପୂର୍ବ ଆଡକୁ ଗତି କରି ଅବପାତ ସମୁଦ୍ର ଭିତରେ ଦୁର୍ବଳ ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେଣୁ ଗତ ଦୁଇ ଦିନ ହେଲା ଜାରି ରହିଥିବା ଲଗାଣ ବର୍ଷା ଆଜିଠୁ ଛାଡ଼ିବା ଆକଳନ କରାଯାଇଛି। ପାଣିପାଗ ବିଭାଗ ଅନୁସାରେ ରବିବାରଠାରୁ ବର୍ଷା କମିବ । ହେଲେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ । ସୋମବାରଠାରୁ ସାରା ରାଜ୍ୟରେ ପାଗ ଫିଟିପାରେ।ତେବେ ଉପକୂଳ ଜିଲ୍ଲାଗୁଡିକରେ ଆଜି ମଧ୍ୟ ହଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ବର୍ଷାର ପରିମାଣ କମିବାକୁ ଥିବା ବେଳେ ଘନ କୁହୁଡ଼ି ମାଡ଼ି ଆସିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସହ ଜାରି ରହିବ ଘନ କୁହୁଡି । ଆଜି ରାଜ୍ୟର ୬ଟି ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବ । ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ । ଘନ କୁହୁଡିରେ ଦୃଶ୍ୟମାନ ଦୂରତା ୨୦୦ ମିଟର ଯାଏଁ ରହିବ । ସୋମବାର ସକାଳ ଯାଏଁ ଘନ କୁହୁଡି ଲାଗିରହିବ ବୋଲି ସତର୍କ କରାଇ ଦେଇଛି ପାଣିପାଗ କେନ୍ଦ୍ର । ଆଜିଠାରୁ ଉତ୍ତର, ଉପକୂଳ ଓଡ଼ିଶାରେ କୋହଲା ପାଗରେ ପରିବର୍ତ୍ତନ ଆସିବ ଓ ବର୍ଷାର ପରିମାଣ କମିପାରେ । ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ପ୍ରାୟତଃ କମିଯିବ ।

ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହି ୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଦିନିଆ ବର୍ଷା ଯୋଗୁ ମଣ୍ଡିରେ ଗଚ୍ଛିତ ଧାନ ଭିଜି ନଷ୍ଟ ନେଇ କେତେକ ସ୍ଥାନରେ ଚାଷୀ ଆଶଙ୍କା କରୁଛନ୍ତି । ବର୍ଷାରେ ଭିଜି ଯାଇଥିବା ଧାନକୁ ସୁରକ୍ଷିତ ଭାବେ ମଣ୍ଡିକୁ ଆଣି ବିକ୍ରି କରିବା ନେଇ ଚାଷୀ ଚିନ୍ତାରେ ଅଛନ୍ତି । ଉଭୟ ରାଜସ୍ୱ ମନ୍ତ୍ରୀ ଓ ସମବାୟ ମନ୍ତ୍ରୀ ଏ ନେଇ ଚାଷୀଙ୍କୁ ଆଶ୍ୱସ୍ତ କରିଛନ୍ତି । ରାଜସ୍ୱ ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି, ପ୍ରତି ମଣ୍ଡିରେ ଧାନ ରଖିବାକୁ ଅସ୍ଥାୟୀ ସେଡ୍‌ କରାଯାଇଛି । ମଣ୍ଡିରେ ଧାନ ନଷ୍ଟ ହେବନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସରଣ୍ଡା ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ 🔴 ୧୮ ବର୍ଷ ଅପେକ୍ଷାର ଅନ୍ତ, ଆଇପିଏଲ ମୁକୁଟ ପିନ୍ଧିଲା ଆରସିବି 🔴 ଭୁଲ ଇଞ୍ଜେକସନ ନେଲା ୫ ଜୀବନ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସରଣ୍ଡା ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ 🔴 ୧୮ ବର୍ଷ ଅପେକ୍ଷାର ଅନ୍ତ, ଆଇପିଏଲ ମୁକୁଟ ପିନ୍ଧିଲା ଆରସିବି 🔴 ଭୁଲ ଇଞ୍ଜେକସନ ନେଲା ୫ ଜୀବନ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ