Masthead

ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ ବଲାଙ୍ଗିର ଜିଲ୍ଲାପାଳ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ଶିକ୍ଷକ ସାଜିଲେ ଜିଲ୍ଲାପାଳ । ସ୍କୁଲ୍ରେ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ ବଲାଙ୍ଗିର ଜିଲ୍ଲାପାଳ । ବଡ଼ଟିକା ଉଚ୍ଚ ମାଧ୍ୟମିକ ସ୍କୁଲର ପିଲାଙ୍କୁ ବିଜ୍ଞାନ ଓ ଗଣିତ ବିଷୟରେ ଶିକ୍ଷାଦାନ କରି ପୁଣି ଚର୍ଚ୍ଚାରେ ଜିଲ୍ଲାପାଳ ଚଞ୍ଚଳ ରାଣା । ଛାତ୍ରଛାତ୍ରୀଙ୍କୁ ପ୍ରଶ୍ନ କରିବା ସହ ଆଗକୁ କେମିତି ପାଠପଢ଼ା ଜାରି ରଖିବେ ସେନେଇ ଶିକ୍ଷା ଦେଇଥିଲେ । ଏଥିସହ ଛାତ୍ରଛାତ୍ରୀ କିଭଳି ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ ଓ ଭଲ ନମ୍ବର ରଖି ପାସ ହେବେ ତାକୁ ନେଇ ମଧ୍ୟ ଗୁରୁମନ୍ତ୍ର ଦେଇଥିଲେ । ଛାତ୍ରଛାତ୍ରୀ ଜିଲ୍ଲାପାଳଙ୍କ ପାଠପଢ଼ାରେ ବେସ ଖୁସି ହୋଇଥିଲେ । ସେପଟେ ଜିଲ୍ଲାପାଳ ସ୍କୁଲର ଶିକ୍ଷକ ମାନଙ୍କ ସହ ମଧ୍ୟ ଆଲୋଚନା କରି ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ । ପୂର୍ବରୁ ଜିଲ୍ଲାପାଳ ମାଓ ପ୍ରଭାବିତ ଅଞ୍ଚଳରେ କିଛି ସ୍କୁଲ ଯାଇ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଥିବା ବି ନଜିର୍ ରହିଛି। ଏପରିକି କିଛି ସରକାରୀ କଲେଜ୍ ପରିଦର୍ଶନରେ ଯାଇ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇ ସଫଳତାର ମନ୍ତ୍ର ଦେଇଥିଲେ । ତେବେ ଜିଲ୍ଲାପାଳଙ୍କ ଏଭଳି ମହତ୍ ପଦକ୍ଷେପକୁ ସବୁଠି ପ୍ରସଂଶା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧ 🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧