Masthead

ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତି ସଂରକ୍ଷଣ ତାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତି ସଂରକ୍ଷଣ ତାଲିକା । ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷିତ ହୋଇଛନ୍ତି । ଅନୁସୂଚିତ ଜାତି ପାଇଁ ୪ ଜିଲ୍ଲା ସଂରକ୍ଷିତ ରହିଛି । ୧୫ ଜିଲ୍ଲାର ଜିଲ୍ଲା ସଭାପତି ପଦ ଅଣ ସଂରକ୍ଷିତ । ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷିତ ରହିଛି । ସେହିଭଳି ଅନୁସୂଚିତ ଜନଜାତି ପାଇଁ ୧୦ ଜିଲ୍ଲା ସଂରକ୍ଷିତ ରହିଛି । ୪ ଜିଲ୍ଲାର ଆସନ ପଛୁଆ ବର୍ଗ ପାଇଁ ସଂରକ୍ଷିତ ରହିଛି । ତେବେ ୩୦ ଜିଲ୍ଲା ମଧ୍ୟରୁ ପଛୁଆବର୍ଗଙ୍କ ପାଇଁ ୪ ଜିଲ୍ଲା ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଅନୁଗୋଳ, କେନ୍ଦୁଝର, ଖୋର୍ଦ୍ଧା ଓ ଗଜପତି ।

୧୨ ଜିଲ୍ଲା ପାଇଁ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ରହିଥିବା ଚିଠା ବିଜ୍ଞପ୍ତିରେ ପ୍ରକାଶ ପାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କେନ୍ଦ୍ରାପଡ଼ା, ଗଂଜାମ, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ନୂଆପଡ଼ା, ପୁରୀ, ବରଗଡ଼, ବଲାଙ୍ଗିର, ବୌଦ୍ଧ ଓ ସମ୍ବଲପୁର। ଏହି ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣସଂରକ୍ଷିତ ରହିବ। କଟକ, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଏସ୍‌ସି ପାଇଁ ସଂରକ୍ଷିତ ରହିବ। କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ବାଲେଶ୍ୱର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡ଼ା, ସୁନ୍ଦରଗଡ଼ ଓ ସୋନପୁର ଜିଲ୍ଲା ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ ରହିଛି।

୧୯୯୧ ମସିହା ଓଡ଼ିଶା ଜିଲ୍ଲା ପରିଷଦ ଅଧିନୟମର ଧାରା ୮ ଅନ୍ତର୍ଗତ ଉପଧାରା(୩)ରେ ଅର୍ପିତ କ୍ଷମତା ବଳରେ ଜିଲ୍ଲା ପରିଷଦମାନଙ୍କରେ ଅଧ୍ୟକ୍ଷ ପଦବୀ ନିମନ୍ତେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆ ବର୍ଗ ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ କରିବା ନିମନ୍ତେ ରାଜ୍ୟ ସରକାର ଯେଉଁ ପ୍ରସ୍ତାବ କରିଛନ୍ତି, ତାହାର ଏକ କିତା ଚିଠା ଉକ୍ତ ଧାରାର ଉପଧାରା(୪) ଅନୁସାରେ ପ୍ରକାଶ କରାଯାଇଛି। ଏହା ପ୍ରକାଶିତ ହେବାର ଦିନଠାରୁ ୧୦ ଦିନ ମଧ୍ୟରେ ସର୍ବସାଧାରଣଙ୍କଠାରୁ ଅଭିଯୋଗ କିମ୍ୱା ପରାମର୍ଶ ଆହ୍ୱାନ କରାଯାଉଛି।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି