ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତି ସଂରକ୍ଷଣ ତାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତି ସଂରକ୍ଷଣ ତାଲିକା । ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷିତ ହୋଇଛନ୍ତି । ଅନୁସୂଚିତ ଜାତି ପାଇଁ ୪ ଜିଲ୍ଲା ସଂରକ୍ଷିତ ରହିଛି । ୧୫ ଜିଲ୍ଲାର ଜିଲ୍ଲା ସଭାପତି ପଦ ଅଣ ସଂରକ୍ଷିତ । ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷିତ ରହିଛି । ସେହିଭଳି ଅନୁସୂଚିତ ଜନଜାତି ପାଇଁ ୧୦ ଜିଲ୍ଲା ସଂରକ୍ଷିତ ରହିଛି । ୪ ଜିଲ୍ଲାର ଆସନ ପଛୁଆ ବର୍ଗ ପାଇଁ ସଂରକ୍ଷିତ ରହିଛି । ତେବେ ୩୦ ଜିଲ୍ଲା ମଧ୍ୟରୁ ପଛୁଆବର୍ଗଙ୍କ ପାଇଁ ୪ ଜିଲ୍ଲା ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଅନୁଗୋଳ, କେନ୍ଦୁଝର, ଖୋର୍ଦ୍ଧା ଓ ଗଜପତି ।

୧୨ ଜିଲ୍ଲା ପାଇଁ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ରହିଥିବା ଚିଠା ବିଜ୍ଞପ୍ତିରେ ପ୍ରକାଶ ପାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କେନ୍ଦ୍ରାପଡ଼ା, ଗଂଜାମ, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ନୂଆପଡ଼ା, ପୁରୀ, ବରଗଡ଼, ବଲାଙ୍ଗିର, ବୌଦ୍ଧ ଓ ସମ୍ବଲପୁର। ଏହି ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣସଂରକ୍ଷିତ ରହିବ। କଟକ, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଏସ୍‌ସି ପାଇଁ ସଂରକ୍ଷିତ ରହିବ। କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ବାଲେଶ୍ୱର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡ଼ା, ସୁନ୍ଦରଗଡ଼ ଓ ସୋନପୁର ଜିଲ୍ଲା ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ ରହିଛି।

୧୯୯୧ ମସିହା ଓଡ଼ିଶା ଜିଲ୍ଲା ପରିଷଦ ଅଧିନୟମର ଧାରା ୮ ଅନ୍ତର୍ଗତ ଉପଧାରା(୩)ରେ ଅର୍ପିତ କ୍ଷମତା ବଳରେ ଜିଲ୍ଲା ପରିଷଦମାନଙ୍କରେ ଅଧ୍ୟକ୍ଷ ପଦବୀ ନିମନ୍ତେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆ ବର୍ଗ ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ କରିବା ନିମନ୍ତେ ରାଜ୍ୟ ସରକାର ଯେଉଁ ପ୍ରସ୍ତାବ କରିଛନ୍ତି, ତାହାର ଏକ କିତା ଚିଠା ଉକ୍ତ ଧାରାର ଉପଧାରା(୪) ଅନୁସାରେ ପ୍ରକାଶ କରାଯାଇଛି। ଏହା ପ୍ରକାଶିତ ହେବାର ଦିନଠାରୁ ୧୦ ଦିନ ମଧ୍ୟରେ ସର୍ବସାଧାରଣଙ୍କଠାରୁ ଅଭିଯୋଗ କିମ୍ୱା ପରାମର୍ଶ ଆହ୍ୱାନ କରାଯାଉଛି।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ