Masthead

ଦୁଇଟି ଡୋଜ ନେବା ପରେ ବି କରୋନାରେ ଡାକ୍ତରଙ୍କ ମୃତ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା କବଳରେ ସାରା ଦେଶ । ରାଜଧାନୀରେ ଏବେ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଟିକା ନେଲା ପରେ ମଧ୍ୟ ସଂକ୍ରମିତର ସମ୍ଭାବନା ବଢୁଛି । ଦୁଇ ଦୁଇଟି ଡ଼ୋଜ ନେଲାପରେ ବି ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଛି । ମୃତ ଡାକ୍ତରଙ୍କ ନାମ ହୃଦାନନ୍ଦ ଭୂୟାଁ । ସେ କୋଭିଡ ଟିକାର ଦୁଇଟି ଡୋଜ ନେଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ କିଛି ଦିନ ପୂର୍ବରୁ ଡାକ୍ତର ଜଣକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ସେ ସିକଲ ସେଲ୍ ରୋଗରେ ମଧ୍ୟ ପୀଡ଼ିତ ଥିଲେ ।କରୋନାର ଦ୍ୱିତୀୟ ଲହରୀ ଆରମ୍ଭ ହେବା ପରେ ଦେଶରେ ଶତାଧିକ ଡାକ୍ତର ଭୂତାଣୁରେ ସଂକ୍ରମିତ ହେବା ଚିନ୍ତା ବଢ଼ାଇଛି । ଭୁବନେଶ୍ୱରର କ୍ୟାପିଟାଲ ହସପିଟାଲରେ ମଧ୍ୟ ଜଣେ ଡାକ୍ତର ଓ ଜଣେ କର୍ମଚାରୀ କରୋନା ପଜିଟିଭ ହୋଇଥିବା ଜଣାପଡ଼ିଛି । ସଂକ୍ରମିତ ହୋଇଥିବା ଡାକ୍ତର କୋଭିଡ୍ ଟିକାର ଦୁଇଟି ଯାକ ଡୋଜ ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି