Masthead

ଡରାଇଲାଣି ଡେଙ୍ଗୁ ଆତଙ୍କ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଫେରିଲା ଡେଙ୍ଗୁୁ । ରାଜଧାନୀ ଭୁବନେଶ୍ୱର ଓ କଟକରେ ମଶା ବଂଶ ବୃଦ୍ଧି ସହ ଡେଙ୍ଗୁ ଆତଙ୍କ ମଧ୍ୟ ବଢିବାରେ ଲାଗିଛି । ସାଧାରଣତଃ ବର୍ଷା ଦିନେ ଅର୍ଥାତ୍ ଜୁଲାଇରୁ ସେପ୍ଟେମ୍ବର ମାସରେ ଡେଙ୍ଗୁ ପଜିଟିଭ୍ ସଂଖ୍ୟା ବଢ଼ିଥାଏ । ଏଯାଏଁ ମୋଟ ୧୬ଟି ଜିଲ୍ଲାରୁ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ୯୬ ଜଣ ପଜିଟିଭ ଓ ଯାଜପୁର ରେ ୧୨ ଜଣ, ବାଲେଶ୍ୱରରେ ୧୦ ଏବଂ ଅନ୍ୟାନ୍ୟ ଜିଲ୍ଲାରୁ ଜଣେ ଲେଖାଏଁ ମିଶାଇ ସମୁଦାୟ ୧୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତମାନ ସୁଦ୍ଧା ୧୧,୪୬୪ ଜଣଙ୍କର ଟେଷ୍ଟ କରାଯାଇଛି, ସେଥିରୁ୧୮୫ ଜଣଙ୍କର ରେଜଲ୍ଟ ପଜିଟିଭ ଆସିଛି । । ଗତବର୍ଷ ଏ ସମୟରେ ୫୯୮୧ ଜଣଙ୍କର ଟେଷ୍ଟ କରାଯାଇଥିଲା, ସେଥିରୁ ୩୫୩ ଜଣ ପଜିଟିଭ ବାହାରିଥିଲେ । ତେଣୁ ପୂର୍ବ ବର୍ଷ ତୁଳନାରେ ଏବର୍ଷ ସାମାନ୍ୟ କମ ଅଛି । ଏଡିସ ମଶା ସାଧାରଣତଃ ସକାଳ ଓ ସଂଧ୍ୟା ସମୟରେ କାମୁଡନ୍ତି ଶୋଇବା ଅବସ୍ଥାରେ ନୁହେଁ । ଏଡିସ ମଶା ମାନେ ସ୍ୱଚ୍ଛ ନିର୍ମଳ ପାଣିରେ ମଧ୍ୟ ବଂଶ ବିସ୍ତାର କରନ୍ତି । ଆମକୁ ସେସବୁ ସଫା କରିବାକୁ ହେବ ଯେଉଁଥିରେ ମଶା ମାନେ ବଂଶ ବିସ୍ତାର କରନ୍ତି । କୁଲର, ଟିଣ, କୁଡୁଆ ଆଦି ଜିନିଷରେ ପାଣି ଜମିବାକୁ ନଦେଇ ସେଗୁଡ଼ିକୁ ସଫା କଲେ ମଶା ମାନେ ବଂଶ ବିସ୍ତାର କରିପାରିବେ ନାହିିଁ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ, ଏମ୍ସ ହସ୍ପିଟାଲ ରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି। ଜର ହେଲେ କିମ୍ବା ଡେଙ୍ଗୁର କୌଣସି ଲକ୍ଷଣ ଦେଖାଦେଲେ ଅବହେଳା ନ କରି ପରୀକ୍ଷା କରାଇନେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା