Masthead

ଅସ୍ତବ୍ୟସ୍ତ କରିବ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଅସ୍ତବ୍ୟସ୍ତ କରିବ କାଳବୈଶାଖୀ । ଦୁଇ ଦିନ ପରେ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ବଢିବ । ଉପକୂଳ ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୫ ତାରିଖରେ ୧୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

୧୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିର ଓ ରାୟଗଡା ଆଦି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରଯାଇଛି । ସେହିପରି ୧୬ ତାରିଖରେ କିଛି ଜିଲ୍ଲାରେ ବର୍ଷା ସହ ଝଡ଼ ହେବ ବୋଲି ଆକଳନ କରାଯାଇଛି । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ ସମେତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’