ଆଜିଠୁ ନିର୍ବାଚନୀ ମଇଦାନ ହେବ ସରଗରମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଓ ବିଜେପି ମେଂଟ ଚର୍ଚ୍ଚାରେ ପଡିଲା ବିରାମ । ନିର୍ବାଚନୀ ମଇଦାନ ହେବ ସରଗରମ । ସବୁ ଆସନରୁ ଲଢିବାକୁ ବିଜେପି ଓ ବିଜେଡିର ଦାବି । ନୂଆ ରଣନୀତି ନେଇ ଆଗକୁ ବଢୁଛି ବିଜେପି । ମେଣ୍ଟ ଆଶଙ୍କା ଭିତରେ ଅନେକ ନେତା ଟିକେଟ ପାଇବା ନେଇ ଆଶଙ୍କା ରହିଥିଲା । ଏବେ କିନ୍ତୁ ପଥ ପରିଷ୍କାର ହୋଇଗଲା । ଆଜିଠୁ ଆରମ୍ଭ ହୋଇଯିବ ଜୋରଦାର ପ୍ରଚାର । ଶୁକ୍ରବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏନେଇ ସ୍ପଷ୍ଟ କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ସୋସିଆଲ ମିଡିଆରେ ଦେଇଛନ୍ତି ସୂଚନା । ସମସ୍ତ ଲୋକସଭା ଓ ରାଜ୍ୟସଭା ଆସନରେ ଏକା ଲଢ଼ିବୁ ବୋଲି ସୂଚନା ଦେଇଛନ୍ତି । ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜେଡି ଦଳ ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

ଏପରିକି ନିର୍ବାଚନରେ ବିଜେଡି ତିନି ଚତୁର୍ଥାଂଶରୁ ଅଧିକ ଆସନରେ ଜିତିବୁ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ଅନ୍ୟପଟେ ବିଜେପି ମଧ୍ୟ ଦାବି କରିଛି, ରାଜ୍ୟରେ ସରକାର ଗଢିବେ । ଏବେ କେବଳ ଅପେକ୍ଷା ରହିଲା ବିଜେଡି ଓ ବିଜେପି ସମେତ କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା ହେବାକୁ ।ନିକଟରେ କଂଗ୍ରେସ କହିଥିଲା, ଦଳ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ରଖିଛି । ବିଜେପି ଓ ବିଜେଡିର ମେଣ୍ଟକୁ ନେଇ ସସପେନ୍ସ ରହିଥିବାରୁ କଂଗ୍ରେସ ମଧ୍ୟ ଜଗି ରହି ମୈଦାନକୁ ଓହ୍ଲାଇବା ଠିକ୍ ହେବ ବୋଲି ବିଚାର କରିଥିଲା । ଏବେ କିନ୍ତୁ ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡିଥିବାରୁ ତିନି ଦଳ ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ