Masthead

ପଶ୍ଚିମାଝଡ଼ ପ୍ରଭାବରେ ଭିଜିବ ସାରା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମାଝଡ଼ ପ୍ରଭାବରେ ଭିଜିବ ସାରା ଓଡ଼ିଶା । ଆଜିଠୁ ଦୁଇ ଦିନ ରାଜ୍ୟରେ ଘଡ଼ ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ । ଆଜି ଏବଂ ଆସନ୍ତାକାଲି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାରେ ଘଂଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଳକନ କରାଯାଇଛି । ଆଜି ଘଡଘଡି ବିଜୁଳି ସହ ବର୍ଷା ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୁରଭଞ୍ଜ, ଗଜପତି, ରାୟଗଡା ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତେବେ କାଲିଠୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ଏଥିପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲି କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହେବ । ସେହିଭଳି କୁଆପଥର ବୃଷ୍ଟି ନେଇ ୪ଟି ଜିଲ୍ଲା ବାଲେଶ୍ବର, ମୟୁରଭଞ୍ଜ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ୨୮ ତାରିଖରେ କାଳବୈଶାଖୀ ବର୍ଷା ନେଇ ଉତ୍ତର ଉପକୂଳ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ