Masthead

ରୋଗୀଙ୍କ ଉପରେ ଛିଡିଲା ଫ୍ୟାନ

କଟକ(ବଡ଼ ଖବର ବ୍ୟୁରୋ): ରୋଗୀଙ୍କ ଉପରେ ଛିଡିଲା ଫ୍ୟାନ । କଟକ ବଡ ମେଡିକାଲରେ ଘଟିଛି ଏଭଳି ଘଟଣା । ଆଖି ବୁଜିଲେ ରୋଗୀ । ଗତ ୮ତାରିଖରେ ଏହି ଅଘଟଣ ଘଟିଥିଲା । ରୋଗୀଙ୍କ ଉପରେ ଛିଡି ପଡିଥିଲା ସିଲିଂ ଫ୍ୟାନ । କଟକ ଏସସିବି ମେଡିକାଲର ସର୍ଜରୀ ବିଭାଗରେ ଘଟିଥିଲା ଅଘଟଣ । ଗୁରୁତର ଅବସ୍ଥାରେ ରୋଗୀକୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମୃତ ବୃଦ୍ଧା ଯାଜପୁର ଜିଲ୍ଲା କୃଷ୍ଣନଗର ଗ୍ରାମର ପାର୍ବତୀ ଦାଶ ବୋଲି ଜଣାପଡ଼ିଛି।

ଘଟଣାରୁ ପ୍ରକାଶ ଯେ, ପାର୍ବତୀ ଦାଶ ଘରେ ପୂଜା କରୁଥିବା ସମୟରେ ଦୀପରୁ ନିଆଁ ଲାଗି ଅଗ୍ନିକାଣ୍ତ ଘଟିଥିଲା। ଏଥିରେ ପାର୍ବତୀ ଆହତ ହୋଇଥିଲେ। ମାର୍ଚ୍ଚ ୫ ତାରିଖରେ ତାଙ୍କୁ ଏସ୍‌ସିବି ମେଡିକାଲକୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେ ସର୍ଜରୀ ବର୍ଣ୍ଣ ୱାର୍ଡ଼ରେ ଚିକିତ୍ସିତ ହେଉଥିଲେ। ସେ ଶୋଇଥିବା ଅବସ୍ଥାରେ ତାଙ୍କ ଉପରେ ଏକ ସିଲିଂ ଫ୍ୟାନ ପଡିଯାଇଥିଲା । ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପୁଅ ପ୍ରଶାନ୍ତ ଦାଶ ସୂଚନା ଦେଇଛନ୍ତି। ଅନ୍ୟ ପକ୍ଷରେ ଏହି ଘଟଣାରେ ଜାତୀୟ ମାନବଧିକାର କମିସନ କ୍ଷୋଭ ପ୍ରକାଶ କରିବା ସହିତ ଘଟଣା ସମ୍ପର୍କରେ ୮ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନି‌ର୍ଦ୍ଦେଶ ମଧ୍ୟ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’