Masthead

ପୁଣି ମୁଣ୍ଡ ଟେକିଲା ଚାଷୀ ଆନ୍ଦୋଳନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ମୁଣ୍ଡ ଟେକିଲା ଚାଷୀ ଆନ୍ଦୋଳନ। ପ୍ରଦେଶ, ହରିୟାଣା ଓ ପଞ୍ଜାବର କୃଷକମାନେ ଫେବୃଆରୀ ୧୩ରେ ‘ଦିଲ୍ଲୀ ଚଲୋ’ ଆହ୍ୱାନ ଦେଇଛନ୍ତି। ୨୬ଟି କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତା ୧୬ରେ ‘ଭାରତ ବନ୍ଦ’ ପାଇଁ ମଧ୍ୟ ଡାକରା ଦିଆଯାଇଛି। ସରକାର ଚାଷୀମାନଙ୍କୁ ଏମ୍‌ଏସ୍‌ପି ଆଇନ ଆଣିବା ନେଇ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଏମ୍‌ଏସ୍‌ପି ଉପରେ ଅଦ୍ୟାବଧି କୌଣସି ଆଇନ ଅଣାଯାଇ ନ ଥିବାରୁ ପୁଣି ଥରେ ଦେଶରେ କୃଷକ ଆନ୍ଦୋଳନ ମୁଣ୍ଡ ଟେକିଛି।

ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ଏବଂ କିଷାନ ମଜଦୁର ମୋର୍ଚ୍ଚା (କେଏମ୍‌ଏମ୍‌) ସମେତ ୨୬ଟି କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତା ୧୬ରେ ‘ଭାରତ ବନ୍ଦ’ ପାଇଁ ମଧ୍ୟ ଡାକରା ଦିଆଯାଇଛି। ଏହି ୩ କୃଷିବହୁଳ ରାଜ୍ୟ ସମେତ ଦେଶର ବିଭିନ୍ନ ଭାଗରୁ ପ୍ରାୟ ୨୦୦ କୃଷକ ସଙ୍ଗଠନର ୨୦ ହଜାର ଚାଷୀ ଏମ୍‌ଏସ୍‌ପି ଆଇନ ଦାବିରେ ଦିଲ୍ଲୀରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ଜାତୀୟ ରାଜଧାନୀର ଉତ୍ତରପୂର୍ବ ଜିଲାରେ ୧୪୪ ଧାରା ଜାରି କରିଛି। କାହାକୁ ଆଇନଶୃଙ୍ଖଳା ଭଙ୍ଗ ପାଇଁ ଅନୁମତି ଦିଆଯିବ ନାହିଁ ବୋଲି ନର୍ଥଇଷ୍ଟ୍‌ ପୋଲିସ ଡେପୁଟି କମିଶନର ଜୟ ତିର୍କୀ ସ୍ପଷ୍ଟ କରିଛନ୍ତି। ଦିଲ୍ଲୀ ସୀମାଗୁଡ଼ିକୁ ସିଲ୍‌ କରିଦିଆଯାଇଛି।

ହରିୟାଣା, ପଞ୍ଜାବ, ୟୁପି, ରାଜସ୍ଥାନ, ଉତ୍ତରାଖଣ୍ଡ ଏବଂ ମଧ୍ୟପ୍ରଦେଶରୁ ଆସୁଥିବା ଟ୍ରାକ୍ଟର, ଟ୍ରଲି, ବସ୍‌, କମର୍ସିଆଲ ଭେହିକିଲ ଓ ଘୋଡ଼ାଗୁଡ଼ିକରେ ଆସୁଥିବା ବିକ୍ଷୋଭକାରୀଙ୍କୁ ଦିଲ୍ଲୀକୁ ପ୍ରବେଶ କରିବାକୁ ଦିଆଯିବ ନାହିଁ ବୋଲି ପୋଲିସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି। ହରିୟାଣା ପୋଲିସ ଯାତ୍ରୀମାନଙ୍କୁ ଭିନ୍ନ ରାସ୍ତା ଦେଇ ଯାତାୟାତ କରିବାକୁ ପରାମର୍ଶ ଦେଇଛି। ଏଥିସହ ବିକ୍ଷୋଭରେ ସାମିଲ ହେବାକୁ ଯାଉଥିବା କୃଷକମାନଙ୍କ ପାସ୍‌ପୋର୍ଟ ମଧ୍ୟ ରଦ୍ଦ କରାଯିବ ବୋଲି ଚେତାବନୀ ଦେଇଛି। ଏସ୍‌କେଏମ୍‌ (ଅଣରାଜନୈତିକ) ନେତା ଜଗଜିତ ସିଂ ଦଲଓ୍ବୋଲ କହିଛନ୍ତି, ଦିଲ୍ଲୀକୁ ଯିବା ପାଇଁ ହରିୟାଣାର ଖଟ୍ଟାର ସରକାର ପଥ ଅବରୋଧ କରିବା ନିନ୍ଦନୀୟ ଓ ଦୁର୍ଭାଗ୍ୟଜନକ। ଆମେ ଆଲୋଚନା ପାଇଁ ପ୍ରସ୍ତୁତ। କିନ୍ତୁ ସରକାର ସମାଧାନର ପନ୍ଥା ବାହାର ନ କରି ଆତଙ୍କ ସୃଷ୍ଟି କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା