Masthead

ଆଜିଠୁ ରାଜ୍ୟରେ ପଞ୍ଚମ ପର୍ଯ୍ୟାୟ ଲକଡାଉନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ଗୁରୁବାରଠାରୁ ରାଜ୍ୟରେ ପଞ୍ଚମ ପର୍ଯ୍ୟାୟ ଲକଡାଉନ ଆରମ୍ଭ । ଲାଗୁ ହେଇଛି ଜୁଲାଇ ମାସର ନୂଆ ଗାଇଡଲାଇନ । ସାରା ରାଜ୍ୟରେ ସନ୍ଧ୍ୟା ୬ ରୁ ସକାଳ ୬ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଜାରି । ରାଜ୍ୟରେ ସଂକ୍ରମଣ ହାର କମୁଥିଲେ ମଧ୍ୟ ନିୟନ୍ତ୍ରଣକୁ ଆସିନାହିଁ । ଏହାକୁ ଦୃଷ୍ଟିରେ ରଖି ପୂରା ରାଜ୍ୟକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି । ୫% ରୁ କମ୍ ସଂକ୍ରମଣ ହାର ଥିବା ଜିଲ୍ଲାଗୁଡ଼ିକୁ ‘କାଟାଗୋରୀ-ଏ’ରେ ରଖାଯାଇଛି।

ଏଥିରେ ଗତମାସରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୭ ଟି ଜିଲ୍ଲା ରହିଥିଲା। ଏଥର ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାକୁ ଏଥିରେ ସାମିଲ କରାଯାଇଛି। କାରଣ ଏହି ଜିଲ୍ଲାଗୁଡ଼ିକରେ ସଂକ୍ରମଣ ହାର ୫% ତଳକୁ ଖସି ଆସିଛି। ୫% ଉପରେ ସଂକ୍ରମଣ ହାର ଥିବା ଉପକୂଳ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାକୁ ‘କାଟାଗୋରୀ-ବି’ରେ ରଖାଯାଇଛି। ୨୦ଜିଲ୍ଲାରେ ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା । ୧୦ଜିଲ୍ଲାରେ ୬ ରୁ ୨ଟା ପର୍ଯ୍ୟନ୍ତ ଦୋକାନ ଖୋଲା ।

ଜୁଲାଇ ୧୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର୍, ପ୍ରଦର୍ଶନୀ, ମେଳା, ସିନେମା ହଲ୍, ଜିମ୍, ପାର୍କ, ଯାତ୍ରା, ବାର୍, ଅଡିଟୋରିୟମ୍, ସାମାଜିକ, ଧାର୍ମିକ ଓ ରାଜନୈତିକ ସଭାସମିତିକୁ ବାରଣ କରାଯାଇଛି । ସବୁ ଜିଲ୍ଲାରେ ସପିଙ୍ଗ୍ ମଲ୍, ସ୍ପା, ବିଉଟି ପାର୍ଲର୍, ସୁଇମିଂ ପୁଲ୍ ଆଦି ବନ୍ଦ ରହିବ । ମନ୍ଦିର ଓ ଧର୍ମାନୁଷ୍ଠାନରେ ସାଧାରଣ ଦର୍ଶନ ବନ୍ଦ ରହିବ। କେବଳ ପୂଜକଙ୍କୁ ନେଇ ସେଠାରେ ଦୈନିକ ରୀତିନୀତି ଚାଲିବ । ଅତ୍ୟାବଶ୍ୟକ ସାମଗ୍ରୀ ଓ ଖାଦ୍ୟର ହୋମ୍ ଡେଲିଭରି ଉପରେ କୌଣସି କଟକଣା ଜାରି କରାଯାଇ ନାହିଁ । ବିବାହ, ବ୍ରତ ଓ ଅନ୍ତ୍ୟେଷ୍ଟି କ୍ରିୟା ଉପରେ ପୂର୍ବରୁ ଜାରି ହୋଇଥିବା କଟକଣା ମଧ୍ୟ ବଳବତ୍ତର ରହିବ। ବିବାହ ପାଇଁ ୨୫ ଲୋକଙ୍କୁ, ବ୍ରତ ଓ ଅନ୍ତ୍ୟେଷ୍ଟି ପାଇଁ ମାତ୍ର ୨୦ ଜଣଙ୍କୁ ଅନୁମତି ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା