Masthead

ଶ୍ରୀକ୍ଷେତ୍ରରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ

ପୁରୀ(ବଡ଼ ଖବର ବ୍ୟୁରୋ): ଚଳିତମାସ ୬ତାରିଖ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଆଜି ଅନ୍ତିମ ଦିବସ | ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ନବମୀ ତିଥି କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ଶ୍ରୀକୃଷ୍ଣ ବଧ କରିବେ | ବଡଦାଣ୍ଡରେ ମହାପ୍ରଭୁଙ୍କ ଏହି ନୀତି ଅନୁଷ୍ଠିତ ହେବ | ଆଜି ଅପରାହ୍ନରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇଁ ଶ୍ରୀରାମକୃଷ୍ଣ ପାଲିଙ୍କିରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରିବେ |

ଲବଣିଖିଆ ମଣ୍ଡପରେ ମହାଭୋଇ ପରିବାରର ବୋହୁମାନଙ୍କ ହାତରୁ ଲବଣି ଖାଇବା ପରେ ମଥୁରା ନଗର ଅର୍ଥାତ ବଡଦାଣ୍ଡରେ ପହଂଚିଵା ପରେ ସେଠାରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ ଅନୁଷ୍ଠିତ ହେବ | ଶେଷରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପ୍ରଭୁ ଶ୍ରୀକୃଷ୍ଣ ରାକ୍ଷସ ରାଜା କଂସଙ୍କ ମଧ୍ୟରେ ଯୁଦ୍ଧ ହେବ | ଶେଷରେ ଶ୍ରୀକୃଷ୍ଣ ମହାରାଜ କଂସଙ୍କୁ ନିଧନ କରିବା ପରେ ମହାପ୍ରଭୁଙ୍କ ପାଲିଙ୍କି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତନ କରିବ |

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ