Masthead

ଶ୍ରୀକ୍ଷେତ୍ରରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ

ପୁରୀ(ବଡ଼ ଖବର ବ୍ୟୁରୋ): ଚଳିତମାସ ୬ତାରିଖ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଆଜି ଅନ୍ତିମ ଦିବସ | ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ନବମୀ ତିଥି କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ଶ୍ରୀକୃଷ୍ଣ ବଧ କରିବେ | ବଡଦାଣ୍ଡରେ ମହାପ୍ରଭୁଙ୍କ ଏହି ନୀତି ଅନୁଷ୍ଠିତ ହେବ | ଆଜି ଅପରାହ୍ନରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇଁ ଶ୍ରୀରାମକୃଷ୍ଣ ପାଲିଙ୍କିରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରିବେ |

ଲବଣିଖିଆ ମଣ୍ଡପରେ ମହାଭୋଇ ପରିବାରର ବୋହୁମାନଙ୍କ ହାତରୁ ଲବଣି ଖାଇବା ପରେ ମଥୁରା ନଗର ଅର୍ଥାତ ବଡଦାଣ୍ଡରେ ପହଂଚିଵା ପରେ ସେଠାରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ ଅନୁଷ୍ଠିତ ହେବ | ଶେଷରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପ୍ରଭୁ ଶ୍ରୀକୃଷ୍ଣ ରାକ୍ଷସ ରାଜା କଂସଙ୍କ ମଧ୍ୟରେ ଯୁଦ୍ଧ ହେବ | ଶେଷରେ ଶ୍ରୀକୃଷ୍ଣ ମହାରାଜ କଂସଙ୍କୁ ନିଧନ କରିବା ପରେ ମହାପ୍ରଭୁଙ୍କ ପାଲିଙ୍କି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତନ କରିବ |

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ