Masthead

ଆଜି ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା । ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସବୁ ଜାତୀୟ/ରାଜ୍ୟସ୍ତରୀୟ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ବାଚନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ସମ୍ପର୍କରେ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ଅବଗତ କରାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାନୁସାରେ ନିର୍ବାଚନ ଆୟୋଗ ସମସ୍ତ ରାଜନୈତିକ ଦଳ ସହ ଆଲୋଚନା ପରେ ନିର୍ବାଚନ ଇସ୍ତାହାର ପାଇଁ ନିୟମ ପ୍ରଣୟନ କରିଛନ୍ତି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି।

ପ୍ରକାଶ ପାଇଥିବା ଥିବା ଭୋଟର ତାଲିକା ୨୦୨୪ ଅନୁସାରେ, ରାଜ୍ୟରେ ମୋଟ୍ ଭୋଟରଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ଜଣ । ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧ କୋଟି ୬୮ ଲକ୍ଷ ୫୦ ହଜାର ୯୪୯ ଜଣ ଥିବା ବେଳେ, ମହିଳା ଭୋଟରଙ୍କ ସଂଖ୍ୟା ୧ କୋଟି ୬୩ ଲକ୍ଷ ୮୨ ହଜାର ୩୧ ଜଣ । ତୃତୀୟ ଲିଙ୍ଗ ଭୋଟରଙ୍କ ସଂଖ୍ୟା ରହିଛି ୩ ହଜାର ୩୮୦ । ରାଜ୍ୟରେ ୧୮ରୁ ୧୯ ବର୍ଷ ମଧ୍ୟରେ ଥିବା ଯୁବ ଭୋଟରଙ୍କ ସଂଖ୍ୟା ୭ ଲକ୍ଷ ୫୪ ହଜାର ୯୪୬ ରହିଛି । ମୋଟ ଦିବ୍ୟାଙ୍ଗ ଭୋଟରଙ୍କ ସଂଖ୍ୟା ରହିଛି ୪ ଲକ୍ଷ ୫୭ ହଜାର ୮୨୧ । ନୂଆ ଭୋଟର ତାଲିକା ୨୦୨୪ରେ ମୋଟ ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ଭୋଟର ଯୋଡି ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ