Masthead

ଜୁନ ୧୦ରେ ଦେଖାଦେବ ବର୍ଷର ପ୍ରଥମ ଓ ଶେଷ ସୂର୍ଯ୍ୟପରାଗ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୧୦ରେ ଦେଖାଦେବ ବର୍ଷର ପ୍ରଥମ ତଥା ଶେଷ ସୂର୍ୟ୍ୟପରାଗ । ସୂର୍ୟ୍ୟ ଚାରିପଟେ ପୃଥିବୀ କିମ୍ବା ପୃଥିବୀ ଚାରିପଟେ ଚନ୍ଦ୍ର ଏକ ନିର୍ଦ୍ଧିଷ୍ଟ କକ୍ଷ ପଥରେ ବୁଲୁଛନ୍ତି । ବେଳେବେଳେ ତିନୋଟି ପିଣ୍ଡ ଏକ ସରଳ ରେଖାରେ ରହିଥାନ୍ତି । ଯାହା ଫଳରେ ସୂର୍ୟ୍ୟ ପରାଗ ଏବଂ ଚନ୍ଦ୍ର ଗ୍ରହଣ ହୋଇଥାଏ । ସୂର୍ୟ୍ୟପରାଗ ସମୟରେ ପୃଥିବୀ ଓ ସୂର୍ୟ୍ୟ ମଝିରେ ଚନ୍ଦ୍ର ରହିଥାଏ । ଚନ୍ଦ୍ରର ଛାଇ ପଡୁଥିବା ଅଞ୍ଚଳରେ ଲୋକମାନେ କିଛି ସମୟ ପାଇଁ ସୂର୍ୟ୍ୟଙ୍କୁ ଦେଖିପାରନ୍ତି ନାହିଁ । ଫଳରେ ପରାଗ ସୃଷ୍ଟି ହୋଇଥାଏ । ଏହା କେବଳ ଆମାବାସ୍ୟା ଦିନ ହିଁ ହୋଇଥାଏ । ପରାଗ ସମୟରେ ପୃଥିବୀ, ଚନ୍ଦ୍ର ଓ ସୂର୍ୟ୍ୟର ଅବସ୍ଥିତିକୁ ଦୃଷ୍ଟିରେ ରଖି ତିନି ପ୍ରକାର ପରାଗ ସୃଷ୍ଟି ହୋଇଥାଏ । ଯାହାକୁ ଆଂଶିକ, ପୂର୍ଣ୍ଣ ଓ ବଳୟ ବୋଲି କୁହାଯାଏ ।

ଆସନ୍ତା ଜୁନ ୧୦ ତାରିଖରେ ଏହି ବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ଉତ୍ତର କାନାଡ଼ା, ରୁଷିଆ ଏବଂ ଗ୍ରୀନଲ୍ୟାଣ୍ଡର କିଛି ଅଞ୍ଚଳରେ ଦୃଶ୍ୟମାନ ହେବ ବୋଲି କହିଛନ୍ତି ପଠାଣି ସାମନ୍ତ ପ୍ଲାନୋଟୋରିୟମ ନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ । ଏହା ଭାରତୀୟ ସମୟ ପ୍ରାୟ ମଧ୍ୟାହ୍ନ ୧.୪୨ରେ ଆରମ୍ଭ ହୋଇ ସନ୍ଧ୍ୟା ୬.୪୧ ବେଳକୁ ଶେଷ ହେବ ଓ ସର୍ବାଧିକ ଘଟିବ ପ୍ରାୟ ଅପରାହ୍ନ ୪.୧୧ ସମୟରେ । ସେହିପରି ପଠାଣି ସାମନ୍ତ ପ୍ଲାନୋଟୋରିୟମ ପକ୍ଷରୁ କୁହାଯାଇଛି, ସୂର୍ୟ୍ୟ ପରାଗର ଆରମ୍ଭ ଏବଂ ଶେଷ ସମୟ ବିଭିନ୍ନ ସ୍ଥାନରେ ଅଲଗା ଅଲଗା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ