Masthead

ବର୍ଷର ପ୍ରଥମ ମୁଣ୍ଡ ନେଲା ଡେଙ୍ଗୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେ ଚିନ୍ତା ବଢାଇଲାଣି ଡେଙ୍ଗୁ । ଚଳିତବର୍ଷ ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ଡେଙ୍ଗୁ । ସୋମବାର ଜଣେ ଯୁବତୀ କିମ୍ସ ହସ୍ପିଟାଲରେ ପ୍ରାଣ ହରାଇଛନ୍ତି । ସପ୍ତାହେରୁ ଅଧିକ ଦିନ ଧରି ସେ ଅସୁସ୍ଥ ଥିଲେ । ଯୁବତୀ ଜଣଙ୍କ ଶୈଳଶ୍ରୀବିହାର ଅଞ୍ଚଳର । ତେବେ ଡେଙ୍ଗୁ ମୃତ୍ୟୁ ନେଇ ବିଏମ୍‌ସି କିମ୍ବା ମେଡିକାଲ କର୍ତୃପକ୍ଷ କିଛି କହିବାକୁ ମନା କରିଦେଇଛନ୍ତି। ଅନ୍ୟପକ୍ଷରେ ଯୁବତୀଙ୍କ ମୃତ୍ୟୁ ଖବର ପ୍ରସାରିତ ହେବା ପରେ ଶୈଳଶ୍ରୀବିହାର ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ତିନି ସପ୍ତାହରୁ ଅଧିକ ଦିନ ହେଲା ଏହି ଅଞ୍ଚଳରେ ଡେଙ୍ଗୁ କାୟା ମେଲାଇ ଚାଲିଥିଲେ ମଧ୍ୟ ଏହାକୁ ରୋ‌କିବାରେ ପ୍ରଶାସନ ବିଫଳ ହେଇଛି।

ଏଭଳି ସମୟରେ ଜଣଙ୍କର ମୃତ୍ୟୁ ହେବା ରାଜଧାନୀବାସୀଙ୍କୁ ଚିନ୍ତାରେ ପକାଇ ଦେଇଛି। ସୂଚନା ଅନୁସାରେ, ଯୁବତୀଙ୍କୁ ପ୍ରବଳ ଜ୍ବର ସହ ଥଣ୍ଡା ଲାଗି ରହିଥିଲା। ତାଙ୍କଠାରେ ଡେଙ୍ଗୁର ସମସ୍ତ ଲକ୍ଷଣ ଦେଖା ଦେବାରୁ ପରିବାର ଲୋକେ ଦୁଇଥର ହସ୍ପିଟାଲରେ ଚିକିତ୍ସା କରାଇଥିଲେ। ସୋମବାର ସେ ଶୈଳଶ୍ରୀବିହାରରେ ଥିବା ଏକ ଡାଇଗ୍ନୋଷ୍ଟିକ୍‌ ସେଣ୍ଟରରେ ଡେଙ୍ଗୁ ପରୀକ୍ଷା କରାଇଥିଲେ। ସେଠାରେ ତାଙ୍କ ରିପୋର୍ଟ ପଜେଟିଭ୍‌ ଆସିବା ପରେ ବିଳମ୍ବିତ ରାତିରେ ପରିବାର ଲୋକ ତାଙ୍କୁ କିମ୍ସ ହସ୍ପିଟାଲରେ ଭର୍ତ୍ତି କରାଇଥିଲା। ଡାକ୍ତରମାନଙ୍କ ସମସ୍ତ ଉଦ୍ୟମ ପରେ ଚିକିତ୍ସାଧୀନ ଅବସ୍ଥାରେ ଯୁବତୀ ଜଣକ ପ୍ରାଣ ହରାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ