Masthead

ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ସକାଳ ୭ରୁ ଆରମ୍ଭ ହୋଇଛି ଭୋଟ ଗ୍ରହଣ । ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟରେ ୩୦ଟି ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି । ୭୩ଲକ୍ଷ ଭୋଟର ୧୯୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ପଶ୍ଚିମବଙ୍ଗର ପଶ୍ଚିମ ମେଦିନାପୁର, ପୂର୍ବ ମେଦିନାପୁର, ପୁରୁଲିଆ, ଝାଡଗ୍ରାମ ଓ ବାଙ୍କୁରା ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେଉଛି ।

ପଶ୍ଚିମ ମେଦିନାପୁରର ୬ଟି, ପୂର୍ବ ମେଦିନାପୁରର ୭, ପୁରୁଲିଆ ୯, ଜାଡଗ୍ରାମ ୪ ଓ ବାଙ୍କୁରା ଜିଲ୍ଲାର ୪ଟି ବିଧାନସବା ଆସନ ପାଇଁ ଭୋଟ ଗ୍ରହଣ ଚାଲିଛି । ଏହି ୫ଜିଲ୍ଲାରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ୬୮୪ କମ୍ପାନୀ କେନ୍ଦ୍ରିୟ ଫୋର୍ସ ମୁତୟନ କରାଯାଇଛି । ଏହି ୩୦ଟି ଆସନରେ ଟିଏମସି ଓ ବିଜେପି ମଧ୍ୟରେ କଡା ଟକ୍କର ହୋଇଛି । ୨୦୧୬ର ବିଧାନସବା ନିର୍ବାଚନରେ ଟିଏମସି ୩୦ଟି ଆସନରୁ ୨୭ଟିରେ ବିଜୟ ହୋଇଥିଲା ।

ସେପଟେ ଆସାମର ୧୨ ଜିଲ୍ଲାର ୪୭ ଆସନରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୮୧ ଲକ୍ଷ ୯ହଜାର ୮୧୫ ଜଣ ଭୋଟର ମତାଧିକାର ସାବ୍ୟସ୍ତ କରୁଛନ୍ତି । ୨୦୧୬ ବିଧାନସଭା ନିର୍ବାଚନରେ ଏହି ୪୭ଟି ଆସନରୁ ୩୫ଟିରେ ବିଜେପି ଓ ଏହାର ସହଯୋଗୀ ଏଜିପି ଜିତିଥିଲେ । ଚଳିତ ନିର୍ବାଚନରେ ବିଜେପିକୁ ମାତ ଦେବା ପାଇଁ ଏଆଇଡିୟୁଏଫ ସହ ମେଂଟ କରିଛି । ୧୨୬ ଆସନ ବିଶିଷ୍ଟ ଆସାମ ବିଧାନସଭା ପାଇଁ ୩ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି