ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁଲାଇ ୨୨ରୁ ବିଧାନସଭା ଅଧିବେଶନ । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ । ୨୪ ତାରିଖରେ ହେବ ଉପବାଚସ୍ପତି ନିର୍ବାଚନ । ଜୁଲାଇ ୨୫ରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ । ସେପ୍ଟେମ୍ବର ୧୩ତାରିଖ ପର୍ୟ୍ୟନ୍ତ ଚାଲିବ ଅଧିବେଶନ । ସୂଚନା ଅନୁସାରେ, ଜୁଲାଇ ୨୨ରେ ରାଜ୍ୟପାଳଙ୍କ ଅଭିଭାଷଣ ଓ ତା ଉପରେ ଧନ୍ୟବାଦ ପ୍ରସ୍ତାବ ଏବଂ ୨୩ରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସଂପର୍କରେ ଆଲୋଚନା ହେବ ।
୨୩ ତାରିଖରେ ହେବ ଉପବାଚସ୍ପତି ନିର୍ବାଚନ ସଂପର୍କରେ ଘୋଷଣା । ଜୁଲାଇ ୨୪ରେ ହେବ ଉପବାଚସ୍ପତି ନିର୍ବାଚନ । ୨୫ ତାରିଖରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍ । ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ, ପ୍ରଥମ ଥର ପାଇଁ ମୋହନ ସରକାର ଏଥର ବିଧାନସଭା ଅଧିବେଶନରେ ବଜେଟ୍ ଉପସ୍ଥାପନ କରିବେ ।