Masthead

ରେଡିଓ ଆଉଟରିଚର ପ୍ରଥମ ସ୍ୱନକ୍ଷତ୍ର ଉତ୍ସବ ଅନୁଷ୍ଠିତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ସ୍ଥାନୀୟ ଆଦିକବି ଶାରଳା ଦାସ ସଂସ୍କୃତି ଭବନରେ ଅନୁଷ୍ଠିତ ହୋଯାଇଛି ରାଜ୍ୟର ଅଗ୍ରଣୀ କମ୍ୟୁନିଟି ରେଡ଼ିଓ ଷ୍ଟେସନ ରେଡିଓ ଆଉଟରିଚର ପ୍ରଥମ ସ୍ୱନକ୍ଷତ୍ର ଉତ୍ସବ । ରେଡ଼ିଓ ଆଉଟରିଚର କେନ୍ଦ୍ର ନିର୍ଦ୍ଦେଶକ ସୁବ୍ରତ କୁମାର ପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ, ବିଶିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାୟକ, କମ୍ୟୁନିଟି ରେଡ଼ିଓ ବିଶେଷଜ୍ଞ ନସିମ ଅହମଦ ଶାହ ଆନସାରୀ ଓ ଜଗତସିଂହପୁର ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ ଯୋଗଦେଇଥିଲେ ।

ଉପକୂଳବର୍ତ୍ତୀ ଜିଲ୍ଲା ଜଗତସିଂହପୁର ଏକ ବିପର୍ଯ୍ୟୟ ପ୍ରବଣ ଜିଲ୍ଲା , ଏଣୁ ଏଠାରେ ରେଡିଓ ପ୍ରସାରଣର ବେଶ ଗୁରୁତ୍ବ ରହିଛି । ଏହାଛଡା ସଂସ୍କୃତି ସମ୍ପନ୍ନ ଜଗତସିଂହପୁର ଜିଲ୍ଲାର ସଂସ୍କୃତିର ସଂରକ୍ଷଣ ଓ ପ୍ରଚାର ପ୍ରସାରରେ ରେଡ଼ିଓର ଭୂମିକା ସମ୍ପର୍କରେ ଅତିଥିମାନେ ଆଲୋଚନା କରିଥିଲେ । ଏହି ଅବସରରେ ରେଡିଓ ଆଉଟରିଚ ପ୍ରଥମ ସ୍ୱନକ୍ଷତ୍ର ବିଶେଷାଙ୍କ ‘ପ୍ରତିଧ୍ୱନି’ ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା ଓ ଶେଷରେ କବିତା ପାଠ ସହ ରଙ୍ଗାରଙ୍ଗ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ