ଆଜିଠୁ ଆରମ୍ଭ ୟୁଜି ପ୍ରଥମ ବର୍ଷ ପାଠପଢା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢା । ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ନାମ ଲେଖାଇଥିବା ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନେ ଶ୍ରେଣୀଗୃହରେ ଯାଇ ପାଠ ପଢିପାରିବେ । କୋଭିଡ୍ କଟକଣା ସହ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପାଠ ପଢାଯିବ । ସମସ୍ତ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ବାରମ୍ବାର ହାତ ଧୋଇବା ସହ ହାତ ସାନିଟାଇଜ୍ କରିବାକୁ କୁହାଯାଇଛି ।

କ୍ଲାସ ରୁମ୍ ଓ ଲାଇବ୍ରେରୀରେ ସାମାଜିକ ଦୂରତା ରକ୍ଷା କରାଯିବ । ଏହା ସହ ଛାତ୍ରାବାସ ମଧ୍ୟ ପ୍ରଥମ ବର୍ଷ ପିଲାଙ୍କ ପାଇଁ ଖୋଲିବ । ସେହିପରି ଆଜିଠାରୁ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବ । ମେଧା ତାଲିକାରେ ଥିବା ଛାତ୍ରଛାତ୍ରୀମାନେ ତିନି ତାରିଖ ମଧ୍ୟରେ ନାମ ଲେଖାଇପାରିବେ । ଏହି ପର୍ଯ୍ୟାୟରେ ନାମ ଲେଖାଇବାକୁ ୩୧ ହଜାର ୯୭୪ଜଣ ଯୋଗ୍ୟତା ଅର୍ଜନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!