ନିର୍ମାଣ ହେବ ଫୁଟ ଓଭରବ୍ରିଜ

ଭୁବନେଶ୍ୱର (ବଡ଼ ଖବର): ଭୁବନେଶ୍ୱରରେ ନିର୍ମାଣ ହେବାକୁ ଯାଉଛି ଫୁଟ ଓଭରବ୍ରିଜ । ୧୬ ନମ୍ବର ଜାତୀୟ ରାଜପଥର ସହିଦନଗର-ସତସଙ୍ଗ ବିହାର ମଧ୍ୟରେ ହେବ ଫୁଟ ଓଭରବ୍ରିଜ । ୧ କିଲୋମିଟର ୩୦୦ ମିଟର ଲମ୍ବା ହେବ ଫୁଟ ଓଭରବ୍ରିଜ । ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଭୁବନେଶ୍ୱରର ଜାତୀୟ ରାଜପଥ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଚିଠି ଆସିଛି । ପ୍ରଥମ ପର୍ଯ୍ୟାୟରେ ୧ କୋଟି ୨୫ ଲକ୍ଷ ଟଙ୍କା ଅନୁମୋଦନ ହୋଇଥିବା ସୂଚନା ମିଳିଛି । ଟ୍ୱିଟ୍ କରି ସୂଚନା ଦେଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଏହି ପ୍ରକଳ୍ପ ପାଇଁ ଖୁବଶୀଘ୍ର ଡ୍ରଇଂ ଓ ଖର୍ଚ୍ଚ ଅଟକଳ ପ୍ରସ୍ତୁତ କରିବାକୁ କୁହାଯାଇଛି । ଏହାଦ୍ୱାରା ଦୀର୍ଘଦିନର ଯାତାୟାତ ସମ୍ପର୍କିତ ସମସ୍ୟାର ସମାଧାନ ହେବା ନେଇ ଆଶା ରଖାଯାଇଛି । ପ୍ରକଳ୍ପକୁ ନେଇ ସବୁଠାରେ ଖୁସିର ମାହୋଲ ଖେଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!