Masthead

କାଠ ମାଫିଆଙ୍କୁ ଧରିବାରେ ବନ ବିଭାଗ ବିଫଳ

ନୂଆଗାଁ, (ବଡ଼ ଖବର ବ୍ୟୁରୋ): ନୟାଗଡ଼ ଜିଲ୍ଲା ନୂଆଗାଁ ଅଞ୍ଚଳରେ ମାତିଛନ୍ତି କାଠ ମାଫିଆ । ବନ ବିଭାଗ କର୍ମଚାରୀଙ୍କ ମନମୁଖି କାର୍ଯ୍ୟକଳାପ ଲାଗି ଖସିଯିବାରେ ସଫଳ ହେଉଛନ୍ତି କାଠ ମାଫିଆ । ଏନେଇ ବନବିଭାଗକୁ ବାରମ୍ବାର ଅଭିଯୋଗ କରୁଥିଲେ ସୁଦ୍ଧା ଫଳାଫଳ ଶୂନ । ବୁଧବାର କାଠ ଚାଲାଣ କରୁଥିବା ବେଳେ ସଂପଡ଼ା ଗ୍ରାମବାସୀଙ୍କ ହାବୁଡ଼ରେ ପଡ଼ିଯାଇଥିଲେ ମାଫିଆ । ଫଳରେ ଗାଡ଼ି ଛାଡ଼ି ପଳାଇଥିଲେ । ମହୀପୁର ବନ ବିଭାଗକୁ ଖବର ଦେଇଥିଲେ ଗାଁ ଲୋକେ । ରେଞ୍ଜର ଶୁଭ୍ରାଶୁଂ ଶେଖର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ୬୦ ଖଣ୍ଡ ପଟା ଜବତ କରିଛନ୍ତି ।

ପ୍ରତ୍ୟେକ ଦିନ ଜଙ୍ଗଲରୁ କାଠ ନେଇଯାଉଛନ୍ତି ମାଫିଆ । ଶାଳଗଛ ଭରା ଜଙ୍ଗଲ ଧୀରେ ଧୀରେ ପଦା ହେବାକୁ ବସିଲାଣି । ମୋଟା ଅଙ୍କର ଦରମା ନେଉଥିବା ବନ ବିଭାଗ କର୍ମଚାରୀ କିନ୍ତୁ ମାଫିଆଙ୍କୁ ଧରିବାରେ ବିଫଳ ହୋଇଛନ୍ତି । ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମନରେ ଉଠିଛି ପ୍ରଶ୍ନବାଚୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି